ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ITI ରେ ମଧ୍ୟ ୪ ଗୋଟି ଟ୍ରେଡରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ । ରାଜ୍ୟର ୩୧୪ଟି ବ୍ଲକ୍ ମଧ୍ୟରୁ ୨୫୧ଟି ବ୍ଲକ୍ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବ୍ଡିଭିଜନ ମଧ୍ୟରୁ ୪୮ ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ ।
ସୂଚନାଯୋଗ୍ୟ ଯେ Skilled in Odisha କାର୍ଯ୍ୟକ୍ରମ ଜରିଆରେ ଆମର ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି । ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ World Skill Centre ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି ।
ଶିକ୍ଷା ଓ ନିଯୁକ୍ତି ଖବର ଆହୁରି ପଢନ୍ତୁ ।