ଏଥିପାଇଁ ୩୩୦.୧୭ କୋଟିର ପ୍ରସ୍ତାବ ଆଗତ ହୋଇଥିବାବେଳେ ଏହା ରାଜ୍ୟର ସରକାରୀ ଡାକ୍ତରଖାନାରେ ଡାକ୍ତର ଏବଂ ପାରାମେଡିକଙ୍କ ନିଯୁକ୍ତି ସୁନିଶ୍ଚିତ କରିବ ।
ସେହିପରି ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲା ପାଇଁ ୬ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ୨୨୨ଟି ଗାଁର ୧.୬୧ ଲକ୍ଷରୁ ଅଧିକ ବାସିନ୍ଦା ଉପକୃତ ହେବେ । ଏହାସହ ଗଜପତି ଜିଲ୍ଲା ପାଇଁ ୨ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି ।
ଏହାଦ୍ୱାରା ୩୪୬ଟି ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ବାସିନ୍ଦା ଉପକୃତ ହେବେ । ସେହିଭଳି ଉଭୟ ଖରିଫ ଓ ରବି ଫସଲ ଋତୁରେ ଚାଷ ଜମିକୁ ଜଳ ସୁନିଶ୍ଚିତ କରିବା ପାଇଁ 'ଜଳକ୍ଳିଷ୍ଟ ଅଞ୍ଚଳରେ ଭୂତଳ ଜଳର ପୋଷଣୀୟ ବିନିଯୋଗ' ଯୋଜନାରେ ୩୬୪.୪୦ କୋଟିର ଖର୍ଚ୍ଚକୁ ମଞ୍ଜୁରୀ ମିଳିଛି ।
ଆହୁରି ପଢନ୍ତୁ ଓଡିଶା ଖବର...