ଭୁବନେଶ୍ୱର: ଏବେବି ଅପହଞ୍ଚ ଭାବେ ରହିଛି ଅନେକ ଜିଲ୍ଲା । ଯେଉଁଠି ସେମାନଙ୍କୁ ଅନେକ ସୁବିଧା ମିଳୁପାରୁନାହିଁ । ଏନେଇ ଡାକ ବିଭାଗ ନେଇଛନ୍ତି ବଡ଼ ନିଷ୍ପତ୍ତି । ରାଜ୍ୟରେ ଡାକସେବାକୁ ତୃଣମୂଳସ୍ତରକୁ ନେବା ପାଇଁ ଯୋଜନା କରିଛି ଡାକ ବିଭାଗ । ବିଶେଷକରି ଲାଲଗଡ଼ରେ ସମୁଦାୟ ୧୩୩ଟି ଡାକଘର ଖୋଲିବାକୁ ଯୋଜନା ହୋଇଥିବା ବେଳେ ଏ ପର୍ଯ୍ୟନ୍ତ ୪୦ଟି କାର୍ଯ୍ୟ ଶେଷ ହୋଇଛି ।
ଏଥିରେ ସମ୍ବଲପୁରରେ ୨୭ଟି ଓ ବଲାଙ୍ଗୀର ଓ ସୁନ୍ଦରଗଡ଼କୁ ମିଶାଇ ୧୩ଟି ଡାକଘର ରହିଥିବା ସୂଚନା ଦେଇଛନ୍ତି ମୁଖ୍ୟ ମହାଡାକପାଳ ସନ୍ତୋଷ କୁମାର କାମିଲା । ଆଜି ଓଡ଼ିଶା ଡାକ ପରିମଣ୍ଡଳ ପକ୍ଷରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ପ୍ରତିବର୍ଷ ଡାକ ବିଭାଗ ଅକ୍ଟୋବର ୯ତାରିଖରେ ‘ବିଶ୍ବ ଡାକ ଦିବସ’ଠାରୁ ଆରମ୍ଭ କରି ୧୫ତାରିଖ ପର୍ଯ୍ୟନ୍ତ ‘ରାଷ୍ଟ୍ରୀୟ ଡାକ ଦିବସ‘ ପାଳନ କରିଆସୁଛି । ଓଡ଼ିଶା ପରିମଣ୍ଡଳରେ ୩୦ବର୍ଷ ବ୍ୟବଧାନରେ ଚଳିତବର୍ଷ ଏପ୍ରିଲ ମାସରେ ରାୟଗଡ଼ା ଡାକ ମଣ୍ଡଳ ଓ ଜୁନ୍ ମାସରେ ରାଉରକେଲା ଡାକମଣ୍ଡଳ ଶୁଭାରମ୍ଭ ହୋଇଛି ।
ଅର୍ଗସ ବ୍ୟୁରୋ : ଫିଲ୍ମ ଷ୍ଟାଇଲରେ ଅପହରଣ ଉଦ୍ୟମ ଫେଲ୍ । କମିଶନରେଟ ପୋଲିସର ବଡ଼ଗଡ଼ ଥାନାକୁ ବଡ଼ ସଫଳତା । ଦୁର୍ଘଟଣାକୁ କେନ୍ଦ୍ର କରି ଜଣେ ଡ୍ରାଇଭରଙ୍କୁ ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କରିଛି ବଡ଼ଗଡ଼ ଥାନା ପୋଲିସ । ରବି ଟକିଜ ଛକ ନିକଟରେ ଏକ ପିକ ଅପ ଭ୍ୟାନ ସହ ଗୋଟିଏ ଡିଜେ ଗାଡିର ସାମାନ୍ୟ ଧକ୍କା ହୋଇଥିଲା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଯାହାକୁ କେନ୍ଦ୍ର କରି ଡିଜେ ଗାଡି ପିକଅପ ଭ୍ୟାନ ଡ୍ରାଇଭରଙ୍କୁ ଆକ୍ରମଣ କରିଥିଲେ । ଏପରିକି ଜୋର ଜବରଦସ୍ତ ଡ୍ରାଇଭର ଜଣଙ୍କୁ ଲକ୍ଷାଧିକ ଟଙ୍କା ଦାବି କରି ଉଠାଇନେଇଥିଲେ । ଅପହରଣକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।
ଅର୍ଗସ ବ୍ୟୁରୋ : ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ ।
ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା ।
ଅର୍ଗସ ବ୍ୟୁରୋ : ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା । ଏସସିବି ବଡ଼ ମେଡିକାଲରେ ଶବ ବ୍ୟବଚ୍ଛେଦ ବନ୍ଦ । ଶବ ବ୍ୟବଚ୍ଛେଦ ଗୃହ ବାହାରେ ଓ ଭିତରେ ଲହଡି ଭାଙ୍ଗୁଛି ନର୍ଦ୍ଦମା ପାଣି । ଫଳରେ ସକାଳ ୯ ଠାରୁ ଆରମ୍ଭ ହେବାକୁ ଥିବା ଶବ ବ୍ୟବଚ୍ଛେଦ ବନ୍ଦ ହୋଇ ରହିଛି। ବାହାରେ ମୃତ ଶରୀରର ଗୁଡ଼ିକ ଶବବୁହା ଟ୍ରଲି ଉପରେ ପଡି ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏସସିବିରେ ପ୍ରତିଦିନ ୪୦ ୫୦ ଶବବ୍ୟବଚ୍ଛେଦ କରାଯାଇଥାଏ । ଏସସିବିରେ ଏହି ଅବ୍ୟବସ୍ଥା ଆଜିର ନୁହେଁ, ବାରମ୍ବାର ବାରମ୍ବାର ନର୍ଦ୍ଦମା ପୋଷ୍ଟମର୍ଟମ ଗୃହ ପଶିଥାଏ ବୋଲି ଅଭିଯୋଗ ହୋଇଛି । ଗତକାଲିଠୁ ପୋଷ୍ଟମର୍ଟମ ଗୃହରେ ଏପରି ବ୍ୟବସ୍ଥା ଦେଖାଯାଇଥିବା ସୂଚନା ରହିଛି ।