ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯିବ । ଆଜି ମଙ୍ଗଳବାର ଷଷ୍ଠୀ ଅବସରରେ ମହାପ୍ରଭୁଙ୍କ ଠାରେ ବାରପାଟିଆ ଘୋଡ଼ ଲାଗି କରାଯିବ । ପରମ୍ପରା ଅନୁଯାୟୀ ଶ୍ରୀ ପଞ୍ଚମୀ ପୂର୍ବଦିନ ପର୍ଯ୍ୟନ୍ତ ଠାକୁରମାନେ ଏହି ଘୋଡ଼ ଲାଗି ହୋଇଥାନ୍ତି । ରବିବାରରେ ଲାଲ ରଙ୍ଗ, ସୋମବାର ଧଳାରେ ଧଳାଛିଟା ମିଶା, ମଙ୍ଗଳବାର ବାରପାଟିଆ, ବୁଧବାର ନୀଳରଙ୍ଗ, ଗୁରୁବାର ହଳଦିଆ,ଶୁକ୍ରବାର ଦିନ ଶ୍ବେତ ଘୋଡ,ଶନିବାର ଦିନ ଠାକୁରମାନେ କଳା ରଙ୍ଗର ଘୋଡ଼ ପରିଧାନ କରିଥାନ୍ତି ।
ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀୟ ଲୀଳାକ୍ରମରେ ଶ୍ରୀଜୀଉ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି । ଏହି ଲୀଳାକୁ ପ୍ରାବରଣ ଯାତ୍ରା ମଧ୍ୟ କୁହାଯାଏ। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ଲାଭ ହୋଇଥାଏ ବୋଲି ବିଶ୍ବାସ ରହିଛି।