ଗଞ୍ଜାମ: ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ପଦବୀ ପୂରଣ କରିବା କଥା କହୁଛନ୍ତି । କିନ୍ତୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କ ଅବସ୍ଥା ଦେଖିଲେ ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟିଯିବ । ଡାକ୍ତର କି ନର୍ସ ନାହାନ୍ତି ସ୍ୱାସ୍ଥ୍ୟ ସେବା ଯୋଗାଉଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର । ଡ୍ରାଇଭର ଜଣଙ୍କ କୌଣସି ମେଡିସିନ୍ ନୁହେଁ ବରଂ ଇଞ୍ଜେକ୍ସନ୍ ଦେଉଥିବା ଦୃଶ୍ୟ ସାମ୍ନାକୁ ଆସିଛି ।
ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ସମ୍ପୂର୍ଣ୍ଣ ଡାକ୍ତର ପଦବୀ ନିଯୁକ୍ତି କରିଥିବା ବେଳେ ରୋଗୀ ମେଡିକାଲରେ ପହଞ୍ଚି ଜରୁରୀକାଳୀନ ସେବାରୁ ବଞ୍ଚିତ ହେଉଛନ୍ତି । ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ବଦଳରେ ଚିକିତ୍ସା କରୁଛନ୍ତି ଆମ୍ବୁଲାନ୍ସ ଡ୍ରାଇଭର ଯାହାକୁ ନେଇ ରୋଗୀଙ୍କ ସମେତ ସମ୍ପର୍କୀୟ ଭୟଭୀତ ହୋଇଛନ୍ତି ।
ଆମ୍ବୁଲାନ୍ସ ଡ୍ରାଇଭର ବିଷୁ ଗଉଡ଼ ରୋଗୀଙ୍କୁ ଇଞ୍ଜେକ୍ସ୍ନ ଦେଉଥିବାର ଦେଖିବାକୁ ମିଳିଛି । ଦୁଇରୁ ତିନି ଥର ଦେଲେ ବି ଭେନରେ ପଶୁନି ଇଂଜେକସନ । ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଏ ସମ୍ପର୍କରେ ପଚାରିବାରୁ ସେ କିଛି କହିବାକୁ ମନା କରିଦେଇଥିଲେ । ଦେଖନ୍ତୁ ଏହି ଭିଡିଓ...
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...