ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା କୁଏତ୍ରୁ ଓଡିଆ ଯୁବକ ସ୍ବର୍ଗତ ସୁବାଷ ଚନ୍ଦ୍ର ବେହେରାଙ୍କ ମରଶରୀର ଭାରତ ଫେରାଇ ଆଣିବା ପାଇଁ କୁଏତ୍ରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି ।
ଏଠାରେ ସୂଚନାଯୋଗ୍ୟ ଯେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ବାଲିଆଯୋଡି ଗ୍ରାମର ଉତ୍ତମ ଚରଣ ବେହେରାଙ୍କ ବଡ ପୁଅ ସୁବାଷ ଚନ୍ଦ୍ର ବେହେରା କୁଏତ୍ର ଏକ ଘରୋଇ କମ୍ପାନୀରେ ଦିନ ମଜୁରିଆ ଭାବରେ କାମ କରୁଥିଲେ। ଗତ ମାସ ୨୭ ତାରିଖରେ ପରିବାର ଲୋକ ସୁବାଷଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିବା ଖବର ତାଙ୍କର ସହକର୍ମୀଙ୍କ ଜରିଆରେ ଜାଣିବାକୁ ପାଇଥିଲେ। କମ୍ପାନୀ କର୍ତ୍ତୃପକ୍ଷ ମୃତ୍ୟୁର ସଠିକ କାରଣ ଜଣାଉନଥିବା ବେଳେ କୌଣସି ଯୋଗାଯୋଗ ହୋଇପାରୁନଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ସହାୟତା ପାଇଁ ପରିବାର ଲୋକ ପୂର୍ବତନ ବିଧାୟକ ଅଲେଖ ଜେନା ଓ ବିଜେପି କେନ୍ଦ୍ରାପଡା ଜିଲ୍ଲା ସଭାପତି କିଶୋର ପଣ୍ଡାଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କୁ ଅନୁରୋଧ କରିଥିଲେ।
ଅନୁରୋଧକ୍ରମେ ଶ୍ରୀ ପଣ୍ଡା କୁଏତ୍ରେ ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ପରେ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ମରଶରୀର ଭାରତ ଫେରାଇ ଆଣିବା ପାଇଁ ସହାୟତା ଯୋଗାଇଦେବା ସହ ଆବଶକୀୟ ଅନୁକମ୍ପା ରାଶୀ ପ୍ରଦାନ କରିବାକୁ ଦାବି କରିଛନ୍ତି।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?