ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ଜଗତସିଂହପୁର ଓ ପୁରୀରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଏହାସହ ବୌଦ୍ଧ, ଦେବଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।