ଅଧିକ ପଢନ୍ତୁ : ଜଳୁଛି ଏକର ଏକର ଜଙ୍ଗଲ, ପୁରା ଓଡିଶା ଲାଲ
ସେପଟେ ଉତ୍ତର ରଖି ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କହିଛନ୍ତି । ସାଟେଲାଇଟରେ ଯାହା ଆସୁଛି ସେଥିରେ କେବଳ ଜଙ୍ଗଲରେ ନିଆଁ ଲାଗୁନି ବରଂ ଅନେକ ସ୍ଥାନରେ ଚାଷୀ ମାନେ ଉନ୍ନତ ମାନର ଚାଷ କରିବା ପାଇଁ ଧାନ ବିଲରେ ନିଆଁ ଲଗେଇ ଦେଉଛନ୍ତି । ଧାନ କାଟିବା ପରେ ଯେଉଁ ବଳକା ରହିଯାଉଛି ସେଥିରେ ଚାଷୀ ମାନେ ନିଆଁ ଲଗେଇ ଦେଉଛନ୍ତି । ଯେଉଁଥି ପାଇଁ ସାଟାଲାଇଟରେ ଅଧିକ ନିଆଁ ଲାଗିଥିବା ଆସୁଛି । ଯେତିକି ଅଞ୍ଚଳରେ ନିଆଁ ଲାଗିଛି ତାର 98 ପ୍ରତିଶତକୁ ଅନୁଧ୍ୟାନ କରୁଛୁ ।
ବିଶେଷ କରି ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବନ ସୁରକ୍ଷା ସମିତିର ସହଯୋଗ ନିଆ ଯାଉଛି । ଆଧୁନିକ ପ୍ରଣାଳୀରେ ନିଆଁକୁ ଆୟତ୍ତ କରାଯାଉଛି । ଗତକାଲି ମୁଖ୍ୟ ଶାସନ ସଚିବ ବୈଠକ କରିଛନ୍ତି । ଯେଉଁ ମାନେ ଜଙ୍ଗଲ ଭିତରେ ପଶି ନିଆଁ ଲଗାଉଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଯେଉଁମାନେ ଜଙ୍ଗଲ ରେ ବୁଲାବୁଲି କରୁଛନ୍ତି ଯାହା ଉପରେ ସନ୍ଦେହ ହେଉଛି ତାଙ୍କ ଉପରେ ନଜର ରଖା ଯାଉଛି ।