କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଟିକିରା ସ୍ଥିତ ଆଦର୍ଶ ବିଦ୍ୟାଳୟରେ ସରକାରୀ ନିୟମକୁ ଫୁ । ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ମାଡ଼ ଖାଇବା ପରେ ଛାତ୍ର ଜଣକ ଚାଲି ନପାରିବାରୁ, ତାଙ୍କୁ ଜଣେ ଶିକ୍ଷକଙ୍କ ସ୍କୁଟିରେ ଛାତ୍ରଙ୍କ ଘର ଲଙ୍ଗଳକଣ୍ଟି ଗ୍ରାମର ଛାଡି ଦିଆଯାଇଥିବା ଅଭିଯୋଗ ହୋଇଥିଲା ।
ଶୁକ୍ରବାର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଚାଲିଥିବା ବେଳେ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟଠାରୁ ଢେଙ୍କିକୋଟ ପର୍ଯ୍ୟନ୍ତ ଏକ ପ୍ରତିବାଦ ରାଲି କରି ୨୦ ନଂ ଜାତୀୟ ରାଜପଥ ବନ୍ଦ କରିଥିଲେ । ଛାତ୍ରଛାତ୍ରୀ ମାନେ ଅଧକ୍ଷଙ୍କ ବଦଳି ଦାବି କରି ବହୁ ସମୟ ରାସ୍ତା ଅବରୋଧ କରିଥିଲେ । ଘଟଗାଁ ପୋଲିସ ଓ ବ୍ଲକ ଶିକ୍ଷାଧିକାରୀ ଓ ସଂପୃକ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମିଳିତ ଭାବେ ପହଁଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି