ଖୋର୍ଦ୍ଧା: ଅଖିଳ ଭାରତ AWC କର୍ମଚାରୀ ମହାସଂଘ ଆହ୍ୱାନ କ୍ରମେ ସମଗ୍ର ଦେଶରେ ଏକ ଦିବସୀୟ ଆନ୍ଦୋଳନ କରାଯାଇଛି । ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଖୋର୍ଦ୍ଧା ଜିଲ୍ଲା ଲେଡିଜ୍ ଓ୍ୱାର୍କର ଆସୋସିଏସନ୍ ତରଫରୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଦିଆଯାଇଛି । ବିଭିନ୍ନ ଦାବି ନେଇ ଆଜି ଶତାଧିକ AWC ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡଠାରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଦାବି ପୂରଣ ନହେଲେ ଆଗାମୀ ଦିନରେ ଭୂବନେଶ୍ୱର ଲୋୟର ପିଏମଜିଠାରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।
ଅର୍ଗସ ବ୍ୟୁରୋ: ଅନୁଗୁଳରେ ପୁଣି ହାତୀ ଆତଙ୍କ । ୨ ଜଣଙ୍କୁ ଦଳି ମାରିଲା ହାତୀ । ଅନୁଗୁଳ ବନଖଣ୍ଡ ଛେଳିଆପଡା ବୁଢାପଦ ସାହିରେ ଅଇଁଠୁ ସାହୁଙ୍କ ହାତୀ ଆକ୍ରମଣରେ ଜୀବନ ଯାଇଥିବା ବେଳେ ଶାବଳଭଙ୍ଗା ଗାଁର ଗୁରୁ ନାୟକଙ୍କ ମଧ୍ୟ କଚାଡ଼ି ମାରିଛି ହାତୀ । ଗତକାଲି ରାତିରେ ଉଭୟ ହାତୀ ହାବୁଡ଼ରେ ପଡ଼ିବା ସହ ପ୍ରାଣ ହରାଇଛନ୍ତି । ବାରମ୍ବାର ଏଭଳି ଘଟଣା ଘଟୁଥିବା ବେଳେ କ୍ଷତିପୂରଣ ସହ ମୃତକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବାକୁ ଦାବି କରି ରାସ୍ତାରୋକ କରିଛନ୍ତି ଲୋକେ । ବନ ବିଭାଗର ପ୍ରତିଶ୍ରୁତି ପରେ ସରଧାପୁରରେ ବନ୍ତଳା-ଅନୁଗୁଳ ମୁଖ୍ୟ ରାସ୍ତାରୁ ହଟିଛନ୍ତି ଲୋକେ ।
ତେବେ ଛେଳିଆପଡା ଗାଁରେ ସମାନ ଦାବି ନେଇ ଏବେ ବି ଆନ୍ଦୋଳନ ଜାରି ରହିଛି । ବନ ବିଭାଗ ଓ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । ଅନୁଗୁଳ ଜିଲ୍ଲାରେ ବାରମ୍ବାର ଲୋକେ ହାତୀ ଆକ୍ରମଣର ଶିକାର ହେଉଥିବା ବେଳେ ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ ହୋଇଛି ବନ ବିଭାଗ । ହାତୀ ଆକ୍ରମଣରେ ପ୍ରତିବର୍ଷ ଜିଲ୍ଲାରେ ଶତାଧିକ ଲୋକଙ୍କର ଜୀବନ ଯାଉଛି। କିଛି ଦିନ ମଧ୍ୟରେ କେବଳ ଅନୁଗୁଳ ବ୍ଲକରେ ୩୦ରୁ ଅଧିକ ଜୀବନ ଗଲାଣି । ହାତୀ ପଲ ଚାଷ ଉଜାଡ଼ି ଦେବା ସହ ଜୀବନ ସହ ଜୀବିକା ବି ବିପନ୍ନ ହେଉଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: କଂଗ୍ରେସ ସାଂସଦଙ୍କ ଟଙ୍କା ପାହାଡ଼ର ଫିଟୁଛି ଗୁମର। ତୃତୀୟ ଦିନରେ ଝାଡ଼ଖଣ୍ଡର କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ବିଭିନ୍ନ ଠିକଣା ସମେତ ତାଙ୍କ ସହଯୋଗୀଙ୍କ ମଦ ବ୍ୟବସାୟର ବିଭିନ୍ନ ଠିକଣାରେ ବି ଜାରି ରହିଛି ଆଇଟି ରେଡ୍ । ଓଡ଼ିଶାରେ ପ୍ରଥମ ଥର ପାଇଁ ଶହ ଶହ କୋଟିର ନଗଦ କ୍ୟାସ ଜବତ। ମଦ ବେପାରୀଙ୍କ ଘରୁ ବଣ୍ଡଲ ବଣ୍ଡଲ ଟଙ୍କା ଜବତ ହୋଇଛି। ତେବେ ଆୟକର ଫାଙ୍କିବା କଣ ଗୋଟିଏ କାରଣ ନା ଏତେ ସବୁ ଟଙ୍କା ପଛର ସତ ଆଉ କିଛି ସେନେଇ ଖୋଳତାଡ଼ ଜାରି ରହିଛି। ହେଲେ ଏ ସବୁ ଭିତରେ ସନ୍ଦେହ ଘେରକୁ ଆସିଛି ବିଜେଡି ସରକାର ଓ ପ୍ରଶାସନର ଭୂମିକା। ମଦ ବେପାରୀଙ୍କ ସହ ଟିଟିଲାଗଡ଼ ବିଧାୟିକାଙ୍କ ଫଟୋ ଭାଇରାଲ୍ ହୋଇଛି।
ଯାହାକୁ ନେଇ ଛିଡ଼ା ହୋଇଛି ଅନେକ ପ୍ରଶ୍ନବାଚୀ। ବିଜେଡି ଛତ୍ରଛାୟାରେ ଓଡ଼ିଶାରେ ଚାଲିଥିଲା କି କଂଗ୍ରେସ ସାଂସଦଙ୍କ ମଦ ସାମ୍ରାଜ୍ୟ। ସନ୍ଦେହ ଘେରକୁ ଆସିଛି ମନ୍ତ୍ରୀ ଟୁକୁନି ସାହୁ ଓ ବିଜେଡି ନେତା ଯୋଗେଶ ସିଂହଙ୍କ ଭୂମିକା। ତେବେ ଏ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ନେଇ ଦାବି ଉଠୁଥିବା ବେଳେ କଂଗ୍ରେସ ସାଂସଦ ଓ ତାଙ୍କ ସହଯୋଗୀଙ୍କ ବିଭିନ୍ନ ଠିକଣାରୁ ଏ ପର୍ଯ୍ୟନ୍ତ ଜବତ ହେଲାଣି 3 ଶହ କୋଟିରୁ ବି ଅଧିକ ନଗଦ ଟଙ୍କା। ଆୟକର ଫାଙ୍କି ଠୁଳ କରିଥିବା ଟଙ୍କାକୁ ଟ୍ରକରେ ବୋହିନେଇଛନ୍ତି ଆୟକର ଅଧିକାରୀ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ପଢ଼ନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି।
ମେଷ-
ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ମଧୁରତା ଆସିପାରେ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାର୍ୟ୍ୟ ମିଳିବ ।ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ମାନ ମର୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ
ବିଛା-
ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର୍ୟ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କୈାଣସି ସହପାଠୀ ଆପଣଙ୍କର ସାହାର୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ସାମାଜିକ କାର୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: