ଭୁବନେଶ୍ୱର: ଶୁଖିଲା ରହିବ ପାଗ । ଗୋଟିଏ ଦୁଇଟି ସ୍ଥାନରେ କୋହଲା ପାଗ ସହ ହାଲକା ବର୍ଷା ହୋଇପାରେ। ତେବେ ଜୁଲାଇ ୪ରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ପାଗ ଶୁଖିଲା କାରଣରୁ ଭକ୍ତମାନେ ସୂଚାରରୂପେ ଚତୁର୍ଦ୍ଦାମୂର୍ତ୍ତୀଙ୍କୁ ଦର୍ଶନ କରିପାରିବେ । ତେବେ ପୂର୍ବଭଳି ତାତି ଅନୁଭୂତ ହେବ ନାହିଁ। ପୁରୀ ସମେତ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିବ। ଦିନର ତାପମାତ୍ରା ୩୫ ଡିଗ୍ରି ଭିତରେ ରହିବ। ଆଜିଠାରୁ ୩ ଦିନ ଧରି ଓଡ଼ିଶାରେ ପାଗ ଶୁଖିଲା ରହିବ। ୬ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିପାରେ। ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ଉତ୍ତର ପଶ୍ଚିମ ବଙ୍ଗୋପସାଗର, ପଶ୍ଚିମବଙ୍ଗ, ଓଡ଼ିଶା ଉପରେ ରହିଥିବା ୱେଲ୍ ମାର୍କଡ୍ ଲୋ ପ୍ରେସର ଏବେ ଦୁର୍ବଳ ହୋଇଛି। ଓଡ଼ିଶା ଉପରେ ସେତେଟା ପ୍ରଭାବ ନାହିଁ। ଆଜି ପୂର୍ବାହ୍ନ ସୁଦ୍ଧା ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...