କେନ୍ଦ୍ରାପଡ଼ା: ଆଜି କେନ୍ଦ୍ରାପଡ଼ାରେ ଫୋନି କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମୁଦ୍ରିକ ବାତ୍ୟା ଫୋନି ଯୋଗୁଁ କେନ୍ଦ୍ରାପଡ଼ା ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା କରିବା ପରେ ପ୍ରଭାବିତଙ୍କ ପାଇଁ ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତୀ ।
ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର ମୁଖ୍ୟମାନଙ୍କ ସହିତ ଆଲୋଚନା କରିବା ପରେ ପ୍ରଭାବିତଙ୍କ ପାଇଁ ଘୋଷଣା କରିଛନ୍ତି ପ୍ୟାକେଜ୍ । କେନ୍ଦ୍ରାପଡ଼ାରେ ପାନୀୟ ଜଳ ଯୋଗାଣ ଓ ବିଦ୍ୟୁତ ଯୋଗାଣର ପୁନଃଉଦ୍ଧାର କାର୍ଯ୍ୟ ଶେଷ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି କହିଛନ୍ତି ଯେ, ସମ୍ୱେଦନଶୀଳ ସ୍ଥାନରେ ପ୍ରତି ଆଶ୍ରୟସ୍ଥଳ ପିଛା 2 କୋଟି ଟଙ୍କା ବିନିମୟରେ 30ଟି ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯିବ । ସେହିପରି ଭଙ୍ଗା ସ୍କୁଲ ଗୃହ, ଅଙ୍ଗନବାଡି କେନ୍ଦ୍ର ପୁନଃ ନିର୍ମାଣ ପାଇଁ 2 ଲକ୍ଷ ଟଙ୍କାର ସହାୟତା ଯୋଗାଇଦିଆଯିବ । ଏନେଇ ଜିଲ୍ଲା ପ୍ରଶାସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ମହିଳା ଏସଏଚଜି, ଚାଷୀ ଓ ମତ୍ସ୍ୟଚାଷୀଙ୍କୁ ମଧ୍ୟ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ଯେ. ଗତକାଲି ପୁରୀରେ ଫୋନି କ୍ଷୟକ୍ଷତି ସମୀକ୍ଷା ପାଇଁ ପୁରୀବାସୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ବିଜୁଳି ନ ଆସିବା ଯାଏଁ ୧୦ ଦିନ ଅନ୍ତରରେ ପ୍ରତି ପରିବାରକୁ ଅଢେଇ ଲିଟର କିରୋସିନ୍ ଦିଆଯିବ ବୋଲି କହିଥିଲେ । ପରିବାର ପିଛା ୫୦ କିଲୋଗ୍ରାମ ଚାଉଳ ବନ୍ୟା ବିପନ୍ନଙ୍କ ମଧ୍ୟରେ ୧୦ ଲକ୍ଷ କ୍ୟାଣ୍ଡେଲ ବଣ୍ଟାଯିବ । ସେହିପରି ସମସ୍ତ ମହିଳାଙ୍କୁ ୨ ମାସ ପାଇଁ ମାଗଣାରେ ସାନିଟାରୀ ନାପକିନ୍ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।
ଅର୍ଗସ ବ୍ୟୁରୋ: ବଲିଉଡ ଅଭିନେତା ରଣବୀର କପୁରଙ୍କ ପାଇଁ ବଢିଲା ଅଡୁଆ । ରଣବୀର କପୁରଙ୍କୁ ଇଡିର ସମନ । ବେଟିଂ ଆପ୍ ସ୍କାମ୍ ମାମଲାରେ ଆସନ୍ତା 6ରେ ହାଜର ପାଇଁ ସମନ ଜାରି କଲା ଇଡି ।
ଏହି ମାମଲାରେ ଅନ୍ୟ 15 ଜଣ ସେଲିବ୍ରିଟି ମଧ୍ୟ ଇଡି ନଜରରେ ଅଛନ୍ତି । ଅନଲାଇନ୍ ବେଟିଂ ପ୍ଲାଟଫର୍ମ ପାଇଁ ରଣବୀର କପୁର ଏକ ସୋସିଆଲ୍ ମିଡିଆ ଇନଫ୍ଲୁଏନସର ଭାବରେ କାମ କରୁଥିଲେ । ଏହି ଆପ୍ ର ପ୍ରମୋସନ ପାଇଁ ମଧ୍ୟ ପାଉଣା ନେଉଥିଲେ।
ଆହୁରି ପଢନ୍ତୁ ମନୋରଞ୍ଜନ ଖବର...
ଅର୍ଗସ ବ୍ୟୁରୋ: ବହୁ ଦିନର ଅପେକ୍ଷା ପରେ ଦିନିକିଆ ବିଶ୍ବକପ୍ ଗୁରୁବାରଠୁ ଅହମଦାବାଦରେ ଆରମ୍ଭ ହେବାକୁ ଯାଉଛି। ଗତ ସଂସ୍କରଣର ବିଜେତା ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ। କିନ୍ତୁ ମ୍ୟାଚ୍ ପୂର୍ବରୁ କୌଣସି ଉଦ୍ଘାଟନୀ ସମାରୋହ କରାଯିବ ନାହିଁ। ଅବଶ୍ୟ ଏ ସଂକ୍ରାନ୍ତରେ ବିସିସିଆଇ କିମ୍ବା ଆଇସିସି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ, ତଥାପି ଜଣେ ବରିଷ୍ଠ ଅଧିକାରୀଙ୍କଠୁ ମିଳିଥିବା ସୂଚନା ଅନୁସାରେ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ସନ୍ଧ୍ୟା ୭ଟାରୁ ଅଳ୍ପ କିଛି କାର୍ଯ୍ୟକ୍ରମ କରାଯିବ।
ପ୍ରଥମେ ସବୁ ଦଳର ଅଧିନାୟକଙ୍କୁ ଏକାଠି କରାଯାଇ କାର୍ଯ୍ୟକ୍ରମର ଆରମ୍ଭ ହେବ। ଏହା ପରେ ସ୍ପଳ୍ପ ସମୟର ପାରମ୍ପରିକ ନୃତ୍ୟ ପରିବେଷଣ ହେବ। ଶେଷରେ ସବୁଠୁ ଆକର୍ଷଣୀୟ ଲେଜର ଲାଇଟ୍ ସୋ’ ଓ ବାଣଫୁଟା କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ମିଳିଛି। କିନ୍ତୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ, ବଲିଉଡ୍ ତାରକା ରଣବୀର ସିଂହ, ତମନ୍ନା ଭାଟିଆ, କଣ୍ଠଶିଳ୍ପୀ ଅରିଜିତ ସିଂହ, ଶ୍ରେୟା ଘୋଷାଲ, ଆଶା ଭୋସଲେ, ଶଙ୍କର ମହାଦେବନଙ୍କୁ ନେଇ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ କରାଯାଇଥାନ୍ତା। ହେଲେ ବିସିସିଆଇ ଏହାକୁ ଶେଷ ମୁହୂର୍ତ୍ତରେ ବାତିଲ କରୁଥିବା ଉକ୍ତ ସୂତ୍ରରୁ ଜଣାପଡ଼ିଛି। ତେଣୁ ବଲିଉଡ୍ ନାଇଟ୍ ହେବ କି ନାହିଁ ସେ ନେଇ କିଛି ବି ସ୍ପଷ୍ଟ ହୋଇନାହିଁ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
ଭଦ୍ରକ : ସ୍କୁଲରେ ଥିବା ସୂଚନା ଫଳକ ପଡ଼ି ସ୍କୁଲର ପ୍ରଥମ ଶ୍ରେଣୀର ଛାତ୍ର ମୃତ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଗଢିଆଳୀ ପଞ୍ଚାୟତ ଉଚ୍ଚପଦା ଗ୍ରାମର ଥିବା ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟରେ ଏକ ପ୍ରଥମ ଶ୍ରେଣୀର ଛାତ୍ର ମୃତ. ମୃତକ ଜଣକ ହେଉଛନ୍ତି ଏହି ଗ୍ରାମର ସୌଭାଗ୍ୟ ନାୟକଙ୍କ ୬ ବର୍ଷ ର ପୁଅ ଅସିତ୍ ନାୟକ। ସୂଚନା ଅନୁଯାୟୀ ସ୍କୁଲ ରେ ଥିବା ଏକ ସୂଚନା ଫଳକ ପଡ଼ି ମୃତ ହୋଇଥିବା ଜଣାପଡିଛି।
ଅଧିକ ପଢନ୍ତୁ : ଅଜଣା ଗାଡି ଧକ୍କାରେ ୨ ମୃତ
ତେବେ ଛାତ୍ର ଜଣଙ୍କୁ ପ୍ରଥମେ ଅସୁରାଳି ରେ ଥିବା ପ୍ରାଥମିକ ଚିକିତ୍ସାଳୟ କୁ ନିଆଯାଇଥିବା ବେଳେ ଅତି ଗୁରୁତର ଥିବା ରୁ ଛାତ୍ର ଜଣକଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନିଆଯାଇଥିଲା . ସେଠାରେ କିଛି ସମୟ ଚିକିତ୍ସା ପରେ ତାଙ୍କର ମୃତ ହୋଇ ଥିବା ସୂଚନା ଅନୁଯାୟୀ ଜଣାପଡିଛି ପଡ଼ିଛି।