ଭୁବନେଶ୍ୱର: ଓଡ଼ିଶାରେ ଫୋନି ତାଣ୍ଡବ ରଚିଛି । ଅଧା ରାଜ୍ୟ ଛାର୍ଖାର୍ କରିଦେଇଛି । ଫୋନି ପ୍ରକୋପରେ ଓଡ଼ିଶାର କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାକୁ ବାତ୍ୟା ପୂର୍ବରୁ 341 କୋଟି ଟଙ୍କା ସହଯୋଗ ମିଳି ସାରିଥିବା ବେଳେ ଏବେ ପୁଣି ନିଜ ଆଡ଼ୁ ସହଯୋଗର ହାତ ବଢାଇଛନ୍ତି କେନ୍ଦ୍ର ସରକାର । ତେବେ ଓଡ଼ିଶାର ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ରାଜ୍ୟରେ ଯେଉଁଠି ଯାହାବି କ୍ଷତି ହୋଇଛି ସବୁ ସ୍ଥାନରେ କେନ୍ଦ୍ର ସରକାର ସହଯୋଗ କରିବେ ବୋଲି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।
ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ରାଜ୍ୟପାଳ ଗଣେଶି ଲାଲ୍ଙ୍କ ସହ ମଧ୍ୟ ଫୋନି ସମ୍ପର୍କରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶାର ଭାଇ ଓ ଭଉଣୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ର୍ପ୍ରଧାନମନ୍ତ୍ରୀ ।
Had a discussion with Odisha Governor Professor Ganeshi Lal Ji on the situation in the state due to Cyclone Fani. Assured all possible help from the Centre to the sisters and brothers of Odisha, who are showing exemplary courage in the face of a natural disaster.
— Chowkidar Narendra Modi (@narendramodi) May 4, 2019
Spoke to Odisha CM Naveen Patnaik Ji and discussed the situation prevailing due to Cyclone Fani. Assured continuous support from the Central Government in the wake of the cyclone.
The entire nation stands in solidarity with all those affected by the cyclone in different parts. — Chowkidar Narendra Modi (@narendramodi) May 4, 2019
ଅର୍ଗସ ବ୍ୟୁରୋ: ବଲିଉଡ ଅଭିନେତା ରଣବୀର କପୁରଙ୍କ ପାଇଁ ବଢିଲା ଅଡୁଆ । ରଣବୀର କପୁରଙ୍କୁ ଇଡିର ସମନ । ବେଟିଂ ଆପ୍ ସ୍କାମ୍ ମାମଲାରେ ଆସନ୍ତା 6ରେ ହାଜର ପାଇଁ ସମନ ଜାରି କଲା ଇଡି ।
ଏହି ମାମଲାରେ ଅନ୍ୟ 15 ଜଣ ସେଲିବ୍ରିଟି ମଧ୍ୟ ଇଡି ନଜରରେ ଅଛନ୍ତି । ଅନଲାଇନ୍ ବେଟିଂ ପ୍ଲାଟଫର୍ମ ପାଇଁ ରଣବୀର କପୁର ଏକ ସୋସିଆଲ୍ ମିଡିଆ ଇନଫ୍ଲୁଏନସର ଭାବରେ କାମ କରୁଥିଲେ । ଏହି ଆପ୍ ର ପ୍ରମୋସନ ପାଇଁ ମଧ୍ୟ ପାଉଣା ନେଉଥିଲେ।
ଆହୁରି ପଢନ୍ତୁ ମନୋରଞ୍ଜନ ଖବର...
ଅର୍ଗସ ବ୍ୟୁରୋ: ବହୁ ଦିନର ଅପେକ୍ଷା ପରେ ଦିନିକିଆ ବିଶ୍ବକପ୍ ଗୁରୁବାରଠୁ ଅହମଦାବାଦରେ ଆରମ୍ଭ ହେବାକୁ ଯାଉଛି। ଗତ ସଂସ୍କରଣର ବିଜେତା ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ। କିନ୍ତୁ ମ୍ୟାଚ୍ ପୂର୍ବରୁ କୌଣସି ଉଦ୍ଘାଟନୀ ସମାରୋହ କରାଯିବ ନାହିଁ। ଅବଶ୍ୟ ଏ ସଂକ୍ରାନ୍ତରେ ବିସିସିଆଇ କିମ୍ବା ଆଇସିସି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ, ତଥାପି ଜଣେ ବରିଷ୍ଠ ଅଧିକାରୀଙ୍କଠୁ ମିଳିଥିବା ସୂଚନା ଅନୁସାରେ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ସନ୍ଧ୍ୟା ୭ଟାରୁ ଅଳ୍ପ କିଛି କାର୍ଯ୍ୟକ୍ରମ କରାଯିବ।
ପ୍ରଥମେ ସବୁ ଦଳର ଅଧିନାୟକଙ୍କୁ ଏକାଠି କରାଯାଇ କାର୍ଯ୍ୟକ୍ରମର ଆରମ୍ଭ ହେବ। ଏହା ପରେ ସ୍ପଳ୍ପ ସମୟର ପାରମ୍ପରିକ ନୃତ୍ୟ ପରିବେଷଣ ହେବ। ଶେଷରେ ସବୁଠୁ ଆକର୍ଷଣୀୟ ଲେଜର ଲାଇଟ୍ ସୋ’ ଓ ବାଣଫୁଟା କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ମିଳିଛି। କିନ୍ତୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ, ବଲିଉଡ୍ ତାରକା ରଣବୀର ସିଂହ, ତମନ୍ନା ଭାଟିଆ, କଣ୍ଠଶିଳ୍ପୀ ଅରିଜିତ ସିଂହ, ଶ୍ରେୟା ଘୋଷାଲ, ଆଶା ଭୋସଲେ, ଶଙ୍କର ମହାଦେବନଙ୍କୁ ନେଇ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ କରାଯାଇଥାନ୍ତା। ହେଲେ ବିସିସିଆଇ ଏହାକୁ ଶେଷ ମୁହୂର୍ତ୍ତରେ ବାତିଲ କରୁଥିବା ଉକ୍ତ ସୂତ୍ରରୁ ଜଣାପଡ଼ିଛି। ତେଣୁ ବଲିଉଡ୍ ନାଇଟ୍ ହେବ କି ନାହିଁ ସେ ନେଇ କିଛି ବି ସ୍ପଷ୍ଟ ହୋଇନାହିଁ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
ଭଦ୍ରକ : ସ୍କୁଲରେ ଥିବା ସୂଚନା ଫଳକ ପଡ଼ି ସ୍କୁଲର ପ୍ରଥମ ଶ୍ରେଣୀର ଛାତ୍ର ମୃତ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଗଢିଆଳୀ ପଞ୍ଚାୟତ ଉଚ୍ଚପଦା ଗ୍ରାମର ଥିବା ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟରେ ଏକ ପ୍ରଥମ ଶ୍ରେଣୀର ଛାତ୍ର ମୃତ. ମୃତକ ଜଣକ ହେଉଛନ୍ତି ଏହି ଗ୍ରାମର ସୌଭାଗ୍ୟ ନାୟକଙ୍କ ୬ ବର୍ଷ ର ପୁଅ ଅସିତ୍ ନାୟକ। ସୂଚନା ଅନୁଯାୟୀ ସ୍କୁଲ ରେ ଥିବା ଏକ ସୂଚନା ଫଳକ ପଡ଼ି ମୃତ ହୋଇଥିବା ଜଣାପଡିଛି।
ଅଧିକ ପଢନ୍ତୁ : ଅଜଣା ଗାଡି ଧକ୍କାରେ ୨ ମୃତ
ତେବେ ଛାତ୍ର ଜଣଙ୍କୁ ପ୍ରଥମେ ଅସୁରାଳି ରେ ଥିବା ପ୍ରାଥମିକ ଚିକିତ୍ସାଳୟ କୁ ନିଆଯାଇଥିବା ବେଳେ ଅତି ଗୁରୁତର ଥିବା ରୁ ଛାତ୍ର ଜଣକଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନିଆଯାଇଥିଲା . ସେଠାରେ କିଛି ସମୟ ଚିକିତ୍ସା ପରେ ତାଙ୍କର ମୃତ ହୋଇ ଥିବା ସୂଚନା ଅନୁଯାୟୀ ଜଣାପଡିଛି ପଡ଼ିଛି।