ଭୁବନେଶ୍ୱର: ବେଦପ୍ରକାଶ ଅଗ୍ରୱାଲଙ୍କ ପରଲୋକ । ଦୀର୍ଘଦିନ ହେବ ଅସୁସ୍ଥ ଥିବା ବେଦପ୍ରକାଶ ଅଗ୍ରୱାଲଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିଜେଡିର ପାଟକୁରା ପ୍ରାର୍ଥୀ ହେଉଛନ୍ତି ବେଦପ୍ରକାଶ ଅଗ୍ରୱାଲ ।
2009 ଓ 2014ରେ ପାଟକୁରାର ବିଧାୟକ ହୋଇଥିଲେ ବେଦପ୍ରକାଶ । ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ ବେଦ ପ୍ରକାଶ ଅଗ୍ରୱାଲ ।
ବରିଷ୍ଠ ରାଜନେତା ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ଵନା ଜଣେଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
— Chowkidar Dharmendra Pradhan (@dpradhanbjp) April 20, 2019
ବେଦପ୍ରକାଶଙ୍କ ମୃତ୍ୟୁରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ।
ବରିଷ୍ଠ ରାଜନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ଥିଲେ ବିଜୁ ବାବୁଙ୍କ ଘନିଷ୍ଠ ଏବଂ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି। ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟତିଗତ ଭାବେ ମୋ ପାଇଁ ଏବଂ ଦଳ ପାଇଁ ଏକ ଅପୂରଣୀୟ କ୍ଷତି।
— Naveen Patnaik (@Naveen_Odisha) April 20, 2019
ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

