ଭୁବନେଶ୍ୱର/କଟକ: ଭିଏଲ୍ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା କଂଗ୍ରେସ । ବିଜେପି ପରେ ଏବେ କଂଗ୍ରେସ ମଧ୍ୟ ରାଜ୍ୟ ସରକାରଙ୍କୁ ସମାନ ଘଟଣାରେ ଜୋର୍ଦାର ଟାର୍ଗେଟ୍ କରିଛି । କଂଗ୍ରେସ ପକ୍ଷରୁ ମଧ୍ୟ ଏକ ତଥ୍ୟ ଅନୁସନ୍ଧାନକାରୀ ଦଳ ହରିଦାସପୁର ଯାଇ ଘଟଣାର ତଦନ୍ତ କରିଛି । ତେବେ ତଥ୍ୟ ଅନୁସନ୍ଧାନକାରୀ ଦଳ ତଦନ୍ତ କରି ଫେରିବା ପରେ, ଏହି ଘଟଣାରେ କଂଗ୍ରେସର ସିବିଆଇ ତଦନ୍ତ ଦାବି ଜୋର୍ ଧରିଛି । ଏହା ସହ ଯଦି ରାଜ୍ୟ ସରକାର ସିବିଆଇ ତଦନ୍ତ ନିର୍ଦ୍ଦେଶ ନଦେବେ ତେବେ ଆଗାମୀ ଦିନରେ ବିଧାନସଭା ଅଚଳ କରାଯିବ ବୋଲି କଂଗ୍ରେସ ଚେତାବନୀ ଦେଇଛି । ଖାଲି ସେତିକି ନୁହେଁ ଏହି ଘଟଣାର ତଦନ୍ତରେ ଯଦି ଟାଳଟୁଳ ନୀତି ଅବଲମ୍ବନ କରାଯାଏ ତେବେ ସରକାରଙ୍କୁ ଶାନ୍ତିରେ ଶୋଇଦେବ ନାହିଁ ବୋଲି କଂଗ୍ରେସ ଚେତାବନୀ ଦେଇଛି ।
ସୂଚନାଯୋଗ୍ୟ, ପୂର୍ବରୁ ବିଜେପି ମଧ୍ୟ ସିବିଆଇ ତଦନ୍ତ ଦାବି କରି ବିଧାନସଭା ଅଚଳ କରିବାର ଚେତାବନୀ ଦେଇଛି । ଅନ୍ୟପଟେ ଏସ୍ପି ଚରଣ ସିଂହ ମୀନାଙ୍କୁ ନିଲମ୍ବନ କରଯାଉ ବୋଲି କଂଗ୍ରେସ କହିଛି । କାରଣ ଏସ୍ପି ମୀନା ମୃତ ସ୍ମିତାରାଣୀଙ୍କ ଚରିତ୍ର ସଂହାର କରିବାକୁ ଚେଷ୍ଟା କରିଛନ୍ତି ।
ଅନ୍ୟପଟେ ପିସିସି ସଭାପତି ନିରଞ୍ଜନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ଦଳ ପକ୍ଷରୁ ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କ ନିକଟରେ ଏକ ସ୍ମାରକ ପତ୍ର ଦିଆଯାଇଛି ।
ଅର୍ଗସ ବ୍ୟୁରୋ : ମିଜୋରାମରେ ବଦଳିଲା ସରକାର । ପରାସ୍ତ ହେଲେ ଖୋଦ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ମଜୋରାମ ବିଧାନସଭା ନିର୍ବାଚନ ପାଇଁ ମତ ଗଣନା ସରିଛି । ଏବଂ ଏହାସହ ଗାଦିଚ୍ୟୁତ ହୋଇଛି ଏମଏନଏଫ୍ । ୪୦ ଆସନ ବିଶିଷ୍ଟ ବିଧାନସଭାର ୨୭ ଟି ଆସନ କବ୍ଜା କରିଛି ଜୋରାମ ପିପୁଲ୍ସ ମୁଭମେଣ୍ଟ । ସବୁଠାରୁ ବଡ଼ କଥା କ୍ଷମତାରେ ଥିବା ଏମଏନଏଫ ୧୧ ଜଣ ମନ୍ତ୍ରୀଙ୍କୁ ଟିକେଟ ମିଳିଥିଲା । ଏମାନଙ୍କ ମଧ୍ୟରୁ ୯ ଜଣ ପରାସ୍ତ ହୋଇଛନ୍ତି । ଏମଏନଏଫକୁ କେବଳ ୧୦ଟି ଆସନ ମିଳିଛି । \
ଅଧିକ ପଢନ୍ତୁ ଭାରତ ଖବର
ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଏମଏନଏଫର ମୁଖିଆ ଜୋରମଥାଂଗା ନିଜ ସିଟ ମଧ୍ୟ ବଞ୍ଚାଇ ପାରି ନାହାନ୍ତି । ଆଇଜୋଲ ଆସନରୁ ZPMର ଲାଲଥାନସାଂଗାଙ୍କ ଠାରୁ ୨,୧୦୧ ଭୋଟରେ ପରାସ୍ତ ହୋଇଛନ୍ତି ଜୋରାମଥାଂଗା । ଲାଲଥାନସାଂଗାଙ୍କୁ ୧୦,୭୨୭ ଖଣ୍ଡ ଭୋଟ ମିଳିଥିବା ବେଳେ ଜୋରାମଥାଂଗାଙ୍କୁ ୮୬୨୬ ଖଣ୍ଡ ଭୋଟ ମିଳିଛି । ରାଜ୍ୟର ଉପମୁଖ୍ୟମନ୍ତ୍ରୀ ମଧ୍ୟ ପରାଜିତ ହୋଇଛନ୍ତି ।
ସେହିପରି ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ୧୩୫ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି । ରାଜ୍ୟରେ ବିଜେପିକୁ ୨ଟି ଏବଂ କଂଗ୍ରେସକୁ ଗୋଟିଏ ଆସନ ମିଳିଛି । ତେବେ ZPM କ୍ଷମତା ଦଖଲ କରିଥିବାରୁ ଲାଲଦୁହୋମା ମୁଖ୍ୟମନ୍ତ୍ରୀ ହେବେ । ସେ ସେରଚ୍ଚିପ ଆସନରୁ ବିଜୀ ହୋଇଛନ୍ତି । ଲାଲଦୁହୋମା ୨୯୮୨ ଖଣ୍ଡ ଭୋଟରେ ଏମଏନଏଫ ପ୍ରାର୍ଥୀଙ୍କୁ ହରାଇଛନ୍ତି । ଲାଲଦୁହୋମା ବିଜୟ ପରେ କହିଛନ୍ତି, ମୁଁ ଆଦୌ ଆଶ୍ଚର୍ଯ୍ୟ ନୁହେଁ । ଏଠାରେ ଏହା ହିଁ ରେଜଲ୍ଟ ହେବାର ଥିଲା । ଏବେ ଲୋକଙ୍କ ସ୍ୱପ୍ନକୁ ପୂରଣ କରାଯିବ ।
ଅର୍ଗସ ବ୍ୟୁରୋ : ରାତି ପାହିଲେ ପଢୁଆଁ ଅଷ୍ଟମୀ । ପଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଭକ୍ତିମୟ ପରିବେଶରେ ପୁରି ଉଠିଛି ଶ୍ରୀକ୍ଷେତ୍ର । ନିଆଳି ମାଧବାନନ୍ଦ ମନ୍ଦିରରୁ ଆସିଛି ମହାପ୍ରଭୁଙ୍କ ପାଇଁ ପ୍ରଥମାଷ୍ଟମୀ ଭାର । ମାର୍ଗଶୀର ମାସ କୂଷ୍ଣ ପକ୍ଷ ଅଷ୍ଟମୀ ତିଥିରେ କାଳିଆ ଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସୂତନ୍ତ୍ର ଭୋଗ । ଯାହା ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।
ଯାହାକୁ ନେଇ ପୁରୀ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ତେବେ ଶ୍ରୀମନ୍ଦିର ସତ୍ୟଲିପି ଓ ଇତିହାସରେ ମହାପ୍ରଭୁଙ୍କର ସେଭଳି କିଛି ମାମୁଁ ଘର ନଥିବା କୁହାଯାଉଥିଲେ ମଧ୍ୟ ଶ୍ରଦ୍ଧା ଓ ବିଶ୍ୱାସର ସହିତ ଗତ କିଛିବର୍ଷ ହେଲା ପ୍ରଥମାଅଷ୍ଟମୀ ଭାର ଆସୁଅଛି । ନିଆଳି ମାଧବନନ୍ଦ ଜୀଉ ମନ୍ଦିର ପକ୍ଷରୁ ଶ୍ରୀ ଜଗନ୍ନାଥଙ୍କୁ ମାମୁଁ ଘର ବୋଲି ଦାବୀ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଳି ମାଧବ ମନ୍ଦିରରରୁ ଆସିଥିବା ପଢୁଆଁ ବସ୍ତ୍ର ଓ ଭାରକୁ ଦାନ ହିସାବରେ ଗ୍ରହଣ କରାଯାଇଛି । ପ୍ରାଚୀ ନଦୀ ତଟରେ ଥିବା ନିଆଳି ମାଧବ ମନ୍ଦିରରୁ ଭଜନ ଜଣାଣ ଓ ସଂକୀର୍ତ୍ତନ ମାଧ୍ୟମରେ ବିଶାଳ ପଦଯାତ୍ରା ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚବି ପରେ ବଡଦାଣ୍ଡ ଦେଇ ଶ୍ରୀ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଥିଲା ।
ଶ୍ରୀ ଜଗନ୍ନାଥଙ୍କ ମାମୁଁ ଘରକୁ ନେଇ ପ୍ରତିବର୍ଷ ଏହି ଭାର ଯୋଗୁଁ ବିଭିନ୍ନ ସମୟରେ ବିବାଦ ଉପୁଜୁଥିବା ବେଳେ, ପ୍ରକୃତ ତଥ୍ୟ ଉନ୍ମୋଚନ ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ ହୋଇଛି । ସେପଟେ ଏହି ବିଷୟରେ ଶ୍ରୀମନ୍ଦିର ପ୍ରଶାସନ ପାଖରେ କୌଣସି ତଥ୍ୟ ନଥିବାବେଳେ ଏହାକୁ ବିଶ୍ଳେଷଣ କରାଯାଇ ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗୋଟିଏ ପଟେ ଅସ୍ଥା ଓ ବିଶ୍ୱାସ, ଅନ୍ୟପଟେ ପରମ୍ପରା ଓ ଶାସ୍ତ୍ରୀୟ ମତରେ ଛନ୍ଦୀ ହୋଇଛି ମହାପ୍ରଭୁଙ୍କ ପଢୁଆଁ ଅଷ୍ଟମୀ ଭାର ।