ପୁରୀ: ପର୍ଯ୍ୟଟନର ବିକାଶ ହେଲେ ରାଜ୍ୟର ବିକାଶ ହେବ । ଏଥିପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଏନେଇ ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ଡିଣ୍ଡିମ ପିଟୁଛନ୍ତି । ହେଲେ ବାସ୍ତବରେ କିନ୍ତୁ ରାଜ୍ୟରେ ଏଭଳି ଅନେକ ପର୍ଯ୍ୟଟନସ୍ଥଳି ରହିଛି ଯାହା କି ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । ଅତି ସୁନ୍ଦର ଓ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳି ହୋଇଥିଲେ ମଧ୍ୟ ଏହାର ପ୍ରଚାର ପ୍ରସାର ଅଭାବରୁ କିମ୍ବା ଏହାର ବିକାଶ ନହୋଇଥିବାରୁ ଏହା ନଜର ଆଢ଼ୁଆଳରେ ରହିଯାଉଛି ।
ସେହିଭଳି ଏକ ପର୍ଯ୍ୟଟନସ୍ଥଳି ହେଉଛି ପୁରୀ ସତ୍ୟବାଦୀ ଅଞ୍ଚଳର ଐତିହ୍ୟ ପଞ୍ଚସଖାଙ୍କ ସ୍ମୃତିପୀଠ । ଖାଲି ସେତିକି ନୁହେଁ ବକୁଳ ବନ, ପଞ୍ଚସଖାଙ୍କ ସମାଧି ପୀଠ ଏବଂ ସ୍ମୃତି ପାଠାଗାର ସେଠାରେ ରହିଛି । ଯାହାକି ଏବେ ସମସ୍ତଙ୍କ ନଜର ଆଢ଼ୁଆଳରେ ରହି ଯାଉଛି । କାରଣ ଏହାର ବିକାଶ ନହୋଇ ପାରିବାରରୁ ଏଠାକୁ ପର୍ଯ୍ୟଟକମାନେ ଆଉ ଯାଉ ନାହାନ୍ତି । ଐତିହ୍ୟ ସମ୍ପନ୍ନ ଏହି ସ୍ଥାନ ଗୁଡ଼ିକ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳି ପାଲଟିଛି ଏହି ପର୍ଯ୍ୟଟନ ସ୍ଥଳି ଗୁଡ଼ିକ । ସନ୍ଧ୍ୟା ହେଲେ ମଦ୍ୟପ ଏବଂ ନିଶାଖୋରମାନଙ୍କ ପାଇଁ ଏହି ସ୍ଥାନ ଗୁଡ଼ିକ ସବୁଠୁ ସେଫ୍ଟି ପ୍ଲେସ୍ ହୋଇଥାଏ । ତେଣୁ ଏହାର ସୁରକ୍ଷା ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ଅନ୍ୟପଟେ ପାଠାଗାରକୁ ପ୍ରତ୍ୟେକ ଦିନ ଅନେକ ଛାତ୍ରଛାତ୍ରୀ ପଢିବାକୁ ଆସନ୍ତି । ହେଲେ ବାତ୍ୟା ଫୋନି ପରେ ଏହା ସମ୍ପୂର୍ଣ୍ଣ ଭଗ୍ନ ଅବସ୍ଥାରେ ରହିଛି । ସେହି ଭଙ୍ଗା ଘରେ ବିପଦ ସଙ୍କୁଳ ଅବସ୍ଥାରେ ପିଲାମାନେ ପାଠ ପଢ଼ିଥାନ୍ତି । ତେବେ ପର୍ଯ୍ୟଟନସ୍ଥଳି ଗୁଡ଼ିକର ଜରାଜୀର୍ଣ୍ଣ ଅବସ୍ଥା ପାଇଁ ଏଠାକୁ ଆସୁଥିବା ଛାତ୍ରଛାତ୍ରୀ ଓ ପର୍ଯ୍ୟଟକ ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନକୁ ଏଥିପାଇଁ ଦାୟୀ କରିଛନ୍ତି ।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର