ଏଣିକି ଓଡ଼ିଆରେ ହେବ ସରକାରୀ କାଗଜପତ୍ର । ଓଡ଼ିଆ ପଢ଼ିବେ ସରକାରୀ କର୍ମଚାରୀ । ଓଡ଼ିଆ ଭାଷାର ପ୍ରୟୋଗ, ବ୍ୟବହାରିକ ରୂପ ଏବଂ ଲେଖିବାର ଶୈଳୀ ସଂପର୍କରେ ଦିଆଯିବ ତାଲିମ । ବହୁ ଦାବି, ଆପତ୍ତି ଓ ସମାଲୋଚନା ପରେ ସରକାରଙ୍କର ଗହଳ ନିଦ ଭାଙ୍ଗିଛି । ସରକାରୀ ସ୍ତରରେ ଓଡ଼ିଆ ଭାଷାର ପ୍ରୋୟୋଗ କରିବାକୁ ଶେଷରେ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର ।
ଓଡ଼ିଆରେ ପ୍ରସ୍ତୁତ ହେବ ସରକାରୀ କାଗଜପତ୍ର । ରାଜ୍ୟ ସଚିବାଳୟର ଅଧିକାରୀ ତଥା କର୍ମଚାରୀଙ୍କୁ ଦିଆଯିବ ସ୍ୱତନ୍ତ୍ର ତାଲିମ । ଏଥିପାଇଁ ଓଡ଼ିଆ ଭାଷା ପ୍ରତିଷ୍ଠାନକୁ ଗୁରୁ ଦାୟୀତ୍ୱ । ଓଡ଼ିଆରେ ନଥି କରିବାର ପ୍ରଣାଳୀ, ଲେଖିବାର ଶୈଳୀ ଏବଂ ଅନ୍ୟାନ୍ୟ ସମସ୍ୟାର ସମାଧାନକୁ ନେଇ 5 ଦିନ ବ୍ୟାପି ତାଲିମ ଦିଆଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ପ୍ରସ୍ତୁତ ହୋଇଛି ବିଶେଷ ପାଠ୍ୟକ୍ରମ । ଯେଉଁଥିରେ କି ଶବ୍ଦ ଭଣ୍ଡାରର ବ୍ୟାବହାରିକ ରୂପ, ଓଡ଼ିଆ ଭାଷାର ପ୍ରଶାସନିକ ପ୍ରୟୋଗ, ବାକ୍ୟ ଗଠନ ଓ ଚିହ୍ନ ପ୍ରୟୋଗ ଠାରୁ ଆରମ୍ଭ କରି ଚିଠା ପ୍ରସ୍ତୁତି, ଆଦେଶନାମା ପ୍ରସ୍ତୁତି ସହ ପ୍ରଶ୍ନୋତ୍ତର ଆଲୋଚନା ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟର ପ୍ରଶିକ୍ଷଣ ଦିଆଯିବ । ତେବେ ପ୍ରଶିକ୍ଷଣ ଦେବା ପାଇଁ 2ଜଣ ତାଲିମ ପ୍ରାପ୍ତ ପ୍ରଶିକ୍ଷକଙ୍କୁ ନିୟୋଜିତ କରାଯାଇଥିବା ବେଳେ ଦେଢ଼ ଘଣ୍ଟା ଲେଖାଏଁ ଦିନକୁ ଦୁଇଟି କ୍ଲାସ ରହିବ ବୋଲି ସୂଚନା ମିଳିଛି ।
ଏହାସହ ସଚିବାଳୟ କାର୍ଯ୍ୟରେ ଯେପରି ବ୍ୟାଘାତ ସୃଷ୍ଟି ନ ହୁଏ ସେଥିପାଇଁ ଗୋଟିଏ ବ୍ୟାଚରେ 30ରୁ 40 ଜଣଙ୍କୁ ତାଲିମ ଦିଆଯିବ । ତେବେ ତାଲିମର ଶେଷ ଦିନରେ କର୍ମଚାରୀ ମାନଙ୍କୁ ନେଇ ଏକ ପରୀକ୍ଷା ମଧ୍ୟ କରାଯିବ । ଯେଉଁମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ସେମାନଙ୍କୁ ଓଡିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଦିଆଯିବ ସାର୍ଟିଫିକେଟ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ସରକାରୀ କର୍ମଚାରୀଙ୍କୁ ଓଡିଆରେ ନଥିପତ୍ର ପ୍ରସ୍ତୁତି ନେଇ ତାଲିମ ଦିଆଯିବ ।
ଅର୍ଗସ ବ୍ୟୁରୋ: ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ କରିବା ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର।
ବିଜେଡ଼ି ନେତା ଏବଂ ରାଜ୍ୟ ସରକାରଙ୍କ ସଂପୃକ୍ତି ନେଇ ସାଂଘାତିକ ଅଭିଯୋଗ ଆଣିଲା ବିଜେପି । ସେ କହିଛନ୍ତି ଯେ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଦୀପ ଅମାତ, ଟୁକୁନି ସାହୁ ଏବଂ ବିଜେଡ଼ି ନେତା ଯୋଗେଶ ସିଂଙ୍କ ଭଳି ନେତା ସଂପୃକ୍ତ ଅଛନ୍ତି ବୋଲି ବିଜେପିର ଅଭିଯୋଗ । କଂଗ୍ରେସର ଝାଡ଼ଖଣ୍ଡ ସାଂସଦ ହେଉଛନ୍ତି ମାଲିକ । କିନ୍ତୁ ବିଜେଡ଼ି ହେଉଛି ମ୍ୟାନେଜର । ଭିଜିଲାନ୍ସ, କ୍ରାଇମ ବ୍ରାଞ୍ଚ, ଅବକାରୀ ବିଭାଗ, ଇଓଡବ୍ଲ୍ୟୁ କଣ କରୁଥିଲେ ? ଏହି ମଦ ବ୍ୟବସାୟୀ ହିଁ ନିର୍ବାଚନ ସମୟରେ ବିଜେଡିର ମଦ ଏବଂ ଟଙ୍କାର ସୋର୍ସ ।
ବାରମ୍ବାର ଗୋଟିଏ କମ୍ପାନୀକୁ ଟେଣ୍ଡର ନେଇ ମଧ୍ୟ ପ୍ରଶ୍ନ ଉଠାଇଛି ବିଜେପି । ମୁଖ୍ୟମନ୍ତ୍ରୀ ତାଙ୍କ ନେତା ଏବଂ ମନ୍ତ୍ରୀଙ୍କ ସଂପୃକ୍ତି ନେଇ ସ୍ପଷ୍ଟ କରନ୍ତୁ । ମୋଦିଙ୍କ ଗ୍ୟାରେଣ୍ଟି ଯୋଗୁଁ ଏତେ ବଡ ରେଡ ସମ୍ଭବ ହୋଇଛି । ପୂର୍ବରୁ କଂଗ୍ରେସ ଶାସନରେ କେତେ ଟଙ୍କା ଆତ୍ମସାତ ହେଇଥିଲା କେହି ଜାଣି ପାରୁନଥିଲେ । ମୋଦି ଗ୍ୟାରେଣ୍ଟି ଦେଇଛନ୍ତି, ଯେଉଁଠି ଦୁର୍ନୀତି ହେବ ସେ ଟଙ୍କା ଧାରା ପଡ଼ିବ ଏବଂ ଲୋକଙ୍କ ପାଖକୁ ଫେରିବ ।
ଆଇଟି ରେଡ ନେଇ ବିଜେପିର ଅଭିଯୋଗ ଉପରେ ବିଜେଡ଼ି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ମନ୍ତ୍ରୀଙ୍କ କିଛି ସଂପୃକ୍ତି ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଇନ ତା ବାଟରେ ଯିବ। ଯିଏ ସଂପୃକ୍ତ ଥିବ କାର୍ଯାନୁଷ୍ଠାନ ହେବ। ଯେ କୌଣସି ଦଳରେ ଯିଏ ଥିବ କାର୍ଯାନୁଷ୍ଠାନ ହେବ। ସଠିକ୍ ଅନୁସନ୍ଧାନ ଚାଲିଛି। ଆଇଟି ତଦନ୍ତ କରୁଛି ସତ୍ୟାସତ୍ୟ ସାମ୍ନାକୁ ଆସିବ। ବିରୋଧି ତାଙ୍କ କଥା କହିବେ। ବିଜେଡିରେ କିନ୍ତୁ କେହି ସଂପୃକ୍ତ ନାହାନ୍ତି। କିନ୍ତୁ ଓଡିଶା ଭଳି ରାଜ୍ୟରେ ଏତେ ଟଙ୍କା ନଗଦ କ୍ୟାସ ବାହାରିବା ଦେଖି ଆଶ୍ଚର୍ଯ୍ୟ ଲାଗୁଛି ବୋଲି ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧରନ କହିଛନ୍ତି। ଏହାସହ ଆହୁରି କହିଛନ୍ତି ଯେ, ମହୁଆ ମୋଇତ୍ରଙ୍କ ଘଟଣାରେ ପିନାକୀ ମିଶ୍ରଙ୍କର କୌଣସି ସମ୍ପର୍କ ନାହିଁ। ବିଜେପି ଅଭିଯୋଗର କୌଣସି ବାସ୍ତବତା ନାହିଁ।
ଅଧିକ ପଢ଼ନ୍ତୁ ଓଡିଶା ଖବର: