ମୃତକଙ୍କ ପରିଚୟ ଚନ୍ଦନେଶ୍ୱର ବୋଲି ସୂଚନା ମିଳିଥିଲା ବେଳେ ଗୁରୁତ ର ଜଣକ ଉଦୟପୁର ବୋଲି ଜଣାପଡିଛି l ଗୁରୁତ ର ଜଣକୁ ବାଲେଶ୍ୱର ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି l ଅନ୍ୟପଟେ କମର୍ଦ୍ଦା ପୋଲିସ ବସ୍ ବାଇକ୍ କୁ ଜବଦ କରି ଅଧିକ ତଦନ୍ତ କରୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବସ୍ ବାଇକ୍ ମୁହା ମୁହିଁ ଧକ୍କା। ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ ଗୁରୁତର ଥିବା ସୂଚନା। ସୂଚନା ଅନୁଯାଇ ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ 57 ନମ୍ବର। ରାଜ୍ୟ ରାଜପଥ ମହାଗବ ଛକ ଠାରେ ଦୃତ ଗତିରେ ସାହୁ ନାମକ ବସ୍ ଆସି ବାଇକ୍ କୁ ଧକ୍କା ଦେଇଥିଲା । ବାଇକରେ ଥିବା ଦୁଇଜଣ ଗୁରୁତର ହୋଇପଡିଥିଲେ। ଗୁରୁତର ଅବସ୍ଥାରେ କମର୍ଦ୍ଦା ପୋଲିସ ପହଞ୍ଚି ଜଳେଶ୍ଵରପୁର ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ର ନେଇ ଯାଇଥିଲେ ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା।
ମୃତକଙ୍କ ପରିଚୟ ଚନ୍ଦନେଶ୍ୱର ବୋଲି ସୂଚନା ମିଳିଥିଲା ବେଳେ ଗୁରୁତ ର ଜଣକ ଉଦୟପୁର ବୋଲି ଜଣାପଡିଛି l ଗୁରୁତ ର ଜଣକୁ ବାଲେଶ୍ୱର ମୁଖ୍ୟ ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି l ଅନ୍ୟପଟେ କମର୍ଦ୍ଦା ପୋଲିସ ବସ୍ ବାଇକ୍ କୁ ଜବଦ କରି ଅଧିକ ତଦନ୍ତ କରୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର। ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା। ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା। ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍ । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ସୂଚନା। ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର।
ଆହୁରି ପଢ଼ନ୍ତୁ: ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ
ଅର୍ଗସ ବ୍ୟୁରୋ: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।
ଅଧିକ ପଢ଼ନ୍ତୁ ଦେଶ ଖବର: