ସିଆରପି ଛକ ମର୍ଡର ଘଟଣା, ମୃତ ବ୍ୟକ୍ତିଙ୍କ ମାଆଙ୍କ ପ୍ରତିକ୍ରିୟା...
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି କରୋନା ନେଲା ଜଣଙ୍କ ଜୀବନ । ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୩କୁ ବୃଦ୍ଧି ପାଇଛି । ମୃତ କରୋନା ଆକ୍ରାନ୍ତ ଜଣକ କଟକ ଜିଲ୍ଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଆଜି ରାଜ୍ୟରେ 143 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫୯ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।