ଜେଲ ଭିତରେ ପୁଲା ପୁଲା ମଦ ବୋତଲ...
ଭୁବନେଶ୍ୱର : ରାଜ୍ୟରେ କରୋନା ନେଲା ଜଣଙ୍କ ମୁଣ୍ଡ । ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୯୯କୁ ବୃଦ୍ଧି ପାଇଛି । ମୃତ କରୋନା ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ୨୪ ଘଣ୍ଟା ରାଜ୍ୟରେ ୨୨ ଟି ଜିଲ୍ଲାରୁ ୧୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୩ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୭୫ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୨୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।