ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଭାରସାମ୍ୟ ହରାଇ ଓଲଟି ପଡିଲା ବାଇକ। ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ ମୂଷାବଣୀ ଛକ ନିକଟରେ । ମୃତକ ହେଲେ ଦେଓଗାଁ ଗ୍ରାମର ଏସ କେ ଗୁଲଜାର ଙ୍କ ପୁଅ ଏସ୍ କେ ମିରାଜ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ନିର୍ବାଚନ ପାଇଁ ନବୀନ ଖୋଲିଲେ ନୂଆ ଆକାଉଣ୍ଟ । ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଏସବିଆଇ ବ୍ରାଞ୍ଚରେ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଟଙ୍କାର ଡିପୋଜିଟ୍ ରଖିଛନ୍ତି। ସମାନ ଭାବରେ ହିଞ୍ଜିଳିରେ ବି ଏକ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଡିପୋଜିଟ୍ ରଖିଛନ୍ତି। କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବ୍ୟାଙ୍କ ଆକାଉଣ୍ଟରେ ଯେଉଁ ଟଙ୍କା ରହିଛି ସେ କେବଳ ନିର୍ବାଚନୀ ଖର୍ଚ୍ଚ ପାଇଁ ବୋଲି ସତ୍ୟାପାଠରେ ଉଲ୍ଲେଖ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପତ୍ତିର ମୂଲ୍ୟ ୭୧ କୋଟି ଟଙ୍କା। ୨୦୨୪ ସାଧାରଣ ନିର୍ବାଚନ ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ତାଙ୍କ ନିର୍ବାଚନୀ ସତ୍ୟାପାଠରୁ ଏହି ତଥ୍ୟ ସାମ୍ନାକୁ ଆସିଛି।
ନବୀନଙ୍କ ପାଖରେ ୩୦ ହଜାର ନଗଦ ଟଙ୍କା ଥିବା ବେଳେ ୧୪ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି। ତା ଭିତରେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ ଓ ଫିକ୍ସ ଆକାରରେ ରହିଛି। ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଏସବିଆଇ ବ୍ରାଞ୍ଚରେ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଟଙ୍କାର ଡିପୋଜିଟ୍ ରଖିଛନ୍ତି। ସମାନ ଭାବରେ ହିଞ୍ଜିଳିରେ ବି ଏକ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଡିପୋଜିଟ୍ ରଖିଛନ୍ତି। କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବ୍ୟାଙ୍କ ଆକାଉଣ୍ଟରେ ଯେଉଁ ଟଙ୍କା ରହିଛି ସେ କେବଳ ନିର୍ବାଚନୀ ଖର୍ଚ୍ଚ ପାଇଁ ବୋଲି ସତ୍ୟାପାଠରେ ଉଲ୍ଲେଖ କରିଛନ୍ତି। ଏହା ସହ ନବୀନଙ୍କ ପାଖରେ ୫୭ କୋଟି ଟଙ୍କା ମୂଲ୍ୟର ସ୍ଥାବର ସଂପତ୍ତି ମଧ୍ୟ ରହିଛି। ନବୀନ ନିବାସ ସ୍ଥିତ ଘର ଓ ଜମିର ମୂଲ୍ୟ ୧୩ କୋଟି ୬୬ ଲକ୍ଷ ଟଙ୍କା ହେବ । ନୂଆଦିଲ୍ଲୀ ଅବଦୁଲ କଲାମ ରୋଡ୍ ସ୍ଥିତ ଘର ଦାମ ୪୩ କୋଟି ୩୬ ଲକ୍ଷ ଟଙ୍କା ହେବ ବୋଲି ନିର୍ବାଚନୀ ସତ୍ୟପାଠରେ ଉଲ୍ଲେଖ ରହିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ମଦ ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆଙ୍କ ଦ୍ବିତୀୟ ଜାମିନ ଆବେଦନକୁ ଆଜି ଦିଲ୍ଲୀ ରାଉଜ୍ ଆଭେନ୍ୟୁ କୋର୍ଟ ଖାରଜ କରିଦେଇଛନ୍ତି । ସିସୋଦିଆ ଉଭୟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ ଜାମିନ ଆବେଦନ କରିଥିଲେ ।
ସିସୋଦିଆଙ୍କ ଜାମିନ୍ ଆବେଦନକୁ ସିବିଆଇ ପକ୍ଷରୁ ବିରୋଧ କରାଯାଇଥିଲା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ସିସୋଦିଆଙ୍କୁ ଅନ୍ୟତମ ମାଷ୍ଟରମାଇଣ୍ଡ୍ ବୋଲି ଦର୍ଶାଇଥିଲା । ଯଦି ସିସୋଦିଆଙ୍କୁ ଜାମିନ ମିଳେ ତେବେ ସେ ପ୍ରମାଣ ଓ ସାକ୍ଷୀ ଉପରେ ପ୍ରଭାବ ପକାଇବାକୁ ଚେଷ୍ଟା କରିପାରନ୍ତି ବୋଲି ସିବିଆଇ କହିଥିଲା । ତେବେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ୍ ଆବେଦନ କ୍ରମାଗତ ଦ୍ୱିତୀୟ ଥର ପାଇଁ ଖାରଜ ହୋଇଛି ।
ଅଧିକ ପଢନ୍ତୁ ଭାରତ ଖବର
ଏହାପୂର୍ବରୁ ନିମ୍ନ ଅଦାଲତ, ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାରେ ତାଙ୍କୁ ଜାମିନ ଦେବା ପାଇଁ ମନା କରିଦେଇଥିଲେ । ଏବେ ରାଉଜ ଆଭେନ୍ୟୁ କୋର୍ଟ ମଧ୍ୟ ତାଙ୍କୁ ଜାମିନ ମଞ୍ଜୁର କରିନାହାନ୍ତି । କୋର୍ଟଙ୍କ ଏହି ରାୟକୁ ଏବେ ସିସୋଦିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ତାଙ୍କ ଓକିଲ କହିଛନ୍ତି । ପ୍ରକାଶ, କିଛି ଦିନ ପୂର୍ବେ ଦିଲ୍ଲୀ ମଦ ଦୁର୍ନୀତି ମାମଲରେ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ରାଉଜ ଆଭେନ୍ୟୁ କୋର୍ଟ ନିଜ ରାୟ ସଂରକ୍ଷିତ ରଖିଥିଲେ । ସୂଚନାଯୋଗ୍ୟ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗତବର୍ଷ ଫେବ୍ରୁଆରୀ ୨୬ ତାରିଖରେ ମନୀଷ ସିସୋଦିଆଙ୍କୁ ସିବିଆଇ ଗିରଫ କରିଥିଲା ।
ଅର୍ଗସ ବ୍ୟୁରୋ: ତାତିରୁ ନାହିଁ ନିସ୍ତାର । ଆହୁରି ଦୁଇରୁ ତିନି ଦିନ ଯାଏଁ ରହିବ ହିଟ୍ ଓ୍ଵେଭର ପ୍ରଭାବ । ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରୀ ଟପିବା ଆଶଙ୍କା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୌଦ୍ଧ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଦୁଇ ଦିନ ପରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏ ହ୍ରାସ ପାଇବା ସମ୍ଭାବନା ରହିଛି । ୬ ଓ ୭ ତାରିଖବେଳକୁ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
ଆଜି ସକାଳ 8ଟା 30 ସୁଦ୍ଧା 35 ଟପିଲା 12 ସହରର ତାପମାତ୍ରା । 38.4 ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର । ଭବାନୀପାଟଣା 37.4, ବାରିପଦା 36.4, ବଲାଙ୍ଗୀର 36.2, ଟିଟିଲାଗଡ଼ ଓ ବାଲେଶ୍ୱର 36, ହୀରାକୁଦ 35.6,ଝାରସୁଗୁଡା ଓ କେନ୍ଦୁଝର 35.4, କଟକ, ସମ୍ବଲପୁର, ମାଲକାନଗିରି ଓ ବୌଦ୍ଧରେ 35, ସୋନପୁର ଓ ଭୁବନେଶ୍ୱରରେ 34.8 ଏବଂ ରାଉରକେଲାରେ 34.6 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: