ତାଙ୍କର ମୁଣ୍ଡ, ହାତ, ଗୋଡ଼ ଏବଂ ଶରୀରର ବିଭିନ୍ନ ଜାଗାରେ ଗୁରୁତର ଆଘାତ ଲାଗିଥିଲା। ମୃତ ଅକ୍ଷୟଙ୍କ ପତ୍ନୀ ଶ୍ରାବଣୀ ମାଝୀ ଆଜି ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ସଂଘବଦ୍ଧ ଆକ୍ରମଣରେ ଆହତ ଯୁବକଙ୍କ ମୃତ୍ୟୁ ହୋଇଛି । ଏକତରଫା ପ୍ରେମରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ବାଲିପାଟଣା ଥାନା ବନମାଳୀପୁର ଗାଁର ଅକ୍ଷୟ ମାଝିଙ୍କୁ ଗତକାଲି ମରଣାନ୍ତକ ଆକ୍ରମଣ ହୋଇଥିଲା। ଦୁର୍ବୃତ୍ତମାନେ ତାଙ୍କୁ ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ ପରେ ଏକ ନିଛାଟିଆ ଜାଗାରେ ପକାଇ ଦେଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ତାଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
ତାଙ୍କର ମୁଣ୍ଡ, ହାତ, ଗୋଡ଼ ଏବଂ ଶରୀରର ବିଭିନ୍ନ ଜାଗାରେ ଗୁରୁତର ଆଘାତ ଲାଗିଥିଲା। ମୃତ ଅକ୍ଷୟଙ୍କ ପତ୍ନୀ ଶ୍ରାବଣୀ ମାଝୀ ଆଜି ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି।
୬ ତାରିଖରେ ଯାଇ ୧୦ ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ୱରର ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।ଏହାସହ ୧୧ ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । CISF ଆଉ ପୋଲିସ ମୁତୟନ ହୋଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: