ମୃତ ବାଇକ୍ ଚାଳକ ଖିରେଇଟାଙ୍ଗିରୀ ଗାଁର ଜେମ୍ସ ନାଏକ ଓ ଗୁରୁତର କରଞ୍ଜିଆ ଥାନା ଚିତ୍ରପଶି ଗାଁର ସୁବାସ ନାଏକ । ଘଟଣାସ୍ଥଳରେ ଉତେଜନା ଲାଗିରହିଥିବା ବେଳେ ଉତ୍ତ୍ୟକ୍ତ ଲୋକମାନେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଛି । ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । ଖବର ପାଇ ମୃତକଙ୍କରେ ଶୋକର ଛାୟା ଖେଳିଯାଇଛି।
ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
