ହେଲେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି। ଏନେଇ ସାଧବଙ୍କ ପରିବାର ଲୋକେ ମନମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ବ କରିଛି। ଏଖବର ପରେ ଗାଁରେ ଭୟଭୀତ ପରିସ୍ଥିତି ଉପୁଜିଛି।

ଅର୍ଗସ ବ୍ୟୁରୋ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଧୁଙ୍ଗିଆପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ଗାଁରେ ହତ୍ୟାକାଣ୍ଡ ଘଟିଯାଇଛି। ଗାଁର ଶ୍ରବଣ ପ୍ରଧାନ ଏକ ଠେଙ୍ଗା ସାହାଯ୍ୟରେ ସାଧବ ମହାକୁଡକୁ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ସାଧବକୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ନୂଆଦିଲ୍ଲୀ: ଆଜି ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ । ପ୍ରତିବର୍ଷ ଜୁନ ୭ରେ ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ପାଳନ କରାଯାଏ। ଯାହାର ଉଦ୍ଦେଶ୍ୟ ହେଉଛି ଖରାପ ଓ ଦୂଷିତ ଖାଦ୍ୟ ବିଷୟରେ ଲୋକଙ୍କୁ ଅବଗତ କରାଇବା। ଶରୀରକୁ ସୁସ୍ଥ ରଖିବାରେ ଖାଦ୍ୟର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କିନ୍ତୁ ଲୋକଙ୍କ ଖାଦ୍ୟ ଅଭ୍ୟାସ ଓ ଆବଶ୍ୟକତାକୁ ଦେଖିଲେ, ବର୍ତ୍ତମାନ ଅନେକ ଜିନିଷ ତିଆରିର ପ୍ରଣାଳି ବଦଳି ଯାଇଛି। ସେଥିରେ ବିଭିନ୍ନ ରାସାୟନିକ ପଦାର୍ଥ ମିଶ୍ରିତ ହେଉଛି। ତେଣୁ ଦୂଷିତ ଖାଦ୍ୟ ଓ ଜଳର କ୍ଷତି ବିଷୟରେ ଲୋକଙ୍କୁ ଅବଗତ କରାଇବା ପାଇଁ ପ୍ରତିବର୍ଷ ଜୁନ ୭ ତାରିଖ ଦିନ ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ପାଳନ କରାଯାଏ।
୨୦୧୭ ଡିସେମ୍ବରରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ, ୨୦୧୭ ଜୁଲାଇରେ ଖାଦ୍ୟ ଓ କୃଷି ସଙ୍ଗଠନ ସମ୍ମିଳନୀର ୪୦ତମ ଅଧିବେଶନରେ ଗ୍ରହଣ କରାଯାଇଥିବା ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ସଂକଳ୍ପକୁ ସମର୍ଥନ ଜଣାଇଥିଲା। ଏହା ପରେ ମିଳିତ ଜାତିସଂଘର ସାଧାରଣ ସଭାର ୭୩ତମ ଅଧିବେଶନର ଦ୍ୱିତୀୟ କମିଟି ସମ୍ମୁଖରେ ଏହି ସଂକଳ୍ପ ରଖାଯାଇଥିଲା, ଯାହା ସାଧାରଣ ସଭା (UNGA) ଦ୍ୱାରା ଗ୍ରହଣ କରାଯାଇଥିଲା । ଏହାପରେ ପ୍ରତିବର୍ଷ ଜୁନ୍ ୭ ତାରିଖକୁ ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ଭାବେ ଘୋଷଣା କରାଯାଇଥିଲା। ଏହି ଦିବସ ପାଳନ କରିବାର ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ ବ୍ୟକ୍ତିଙ୍କୁ ପୁଷ୍ଟିକର ଓ ସନ୍ତୁଳିତ ଖାଦ୍ୟ ଯୋଗାଇବା। ଏଥର ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସର ବିଷୟବସ୍ତୁ ହେଉଛି food standard save lives ଅର୍ଥାତ୍ ଜୀବନ ରକ୍ଷା କରେ ଖାଦ୍ୟର ମାନ।
ଅଧିକ ପଢନ୍ତୁ ଭାରତ ଖବର

ଅର୍ଗସ ବ୍ୟୁରୋ : ଆସନ୍ତା ବର୍ଷରୁ ୧୦ ଶ୍ରେଣୀ ବୋର୍ଡ ପରୀକ୍ଷା ବନ୍ଦ କରିବାକୁ ଯାଉଛନ୍ତି ଆସାମ ସରକାର। ଦଶମ ପରୀକ୍ଷା କେବଳ ସ୍କୁଲ ସ୍ତରରେ ଆୟୋଜିତ ହେବ। ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ମୁତାବକ ଏହି ବ୍ୟବସ୍ଥା ଲାଗୁ କରାଯିବ। ଆସାମ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏନେଇ ଘୋଷଣା କରିଛନ୍ତି । ଏହାସହ ଖୁବଶୀଘ୍ର ଆସାମ ଶିକ୍ଷାବୋର୍ଡ ଗଠନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ଅଧିକ ପଢନ୍ତୁ : ଆସାମ ଗୌହାଟିରେ ଭୂମିକମ୍ପ ଝଟ୍କା
10ମ ପରୀକ୍ଷା ଆସାମ ମାଧ୍ୟମିକ ଶିକ୍ଷାବୋର୍ଡ ଦ୍ବାରା ଆୟୋଜିତ କରାଯାଇଥାଏ. ସେହିଭଳି ଯୁକ୍ତ ୨ ପରୀକ୍ଷା ଆସାମ ଉଚ୍ଚତର ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା କରାଯାଇଥାଏ.

ନୂଆଦିଲ୍ଲୀ: ଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ସାମୁଦ୍ରିକ ଝଡ଼ର ବିପଦ ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ଗତକାଲି କହିଛି, ଗୁଜରାଟର ଦକ୍ଷିଣ ପୋରବନ୍ଦରରେ ଦକ୍ଷିଣ ପୂର୍ବ ଆରବ ସାଗର ଉପରେ ଲଘୁଚାପ ଅଞ୍ଚଳ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ଏକ ସାଇକ୍ଲୋନିକ ଝଡ଼ରେ ପରିଣତ ହେବାର ସମ୍ଭାବନା ଅଛି। ଏହି ଝଡକୁ ‘ବିପର୍ଯ୍ୟୟ’ ଭାବେ ନାମିତ କରାଯାଇଛି। ଏହି ନାମ ବାଂଲାଦେଶ ଦେଇଛି।
ପାଣିପାଗ ବିଭାଗ କହିଛି ପୂର୍ବାହ୍ନ ସାଢ଼େ ୮ରେ ଲଘୁଚାପ ଅଞ୍ଚଳ ଦକ୍ଷିଣ-ପଶ୍ଚିମ ଗୋଆ ଠାରୁ ୯୫୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପଶ୍ଚିମ ମୁମ୍ବାଇ ଠାରୁ ୧୧୦୦ କିଲୋମିଟର, ଦକ୍ଷିଣ ପୋରବନ୍ଦର ଠାରୁ ୧,୧୯୦ କିଲୋମିଟର ଏବଂ ପାକିସ୍ଥାନର ଦକ୍ଷିଣ କରାଚି ଠାରୁ ୧୪୯୦ କିଲୋମିଟର ଦୂରରେ ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଡିପ୍ରେଶନ ଉତ୍ତର ଦିଗକୁ ଯିବାର ସମ୍ଭାବନା ଅଧିକ ରହିଛି। ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ଦକ୍ଷିଣ-ପୂର୍ବ ଆରବ ସାଗର ଉପରେ ଏହା ଏକ ଝଡ଼ର ରୂପ ଧାରଣ କରିବାର ସମ୍ଭାବନା ଅଛି । ଆସନ୍ତାକାଲି ସକାଳ ସୁଦ୍ଧା ଝଡ଼ରେ ପରିଣତ ହୋଇ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଏହା ଭୟଙ୍କର ରୂପ ନେଇପାରେ। ଏହାର ସିଧାସଳଖ ପ୍ରଭାବ କେରଳ-କର୍ନାଟକ ଏବଂ ଲାକ୍ଷାଦ୍ୱୀପ-ମାଲଦ୍ୱୀପ ଉପକୂଳରେ ଦେଖାଯିବ। ଏହା ସହିତ ଜୁନ ୮ରୁ ୧୦ ପର୍ଯ୍ୟନ୍ତ କୋଙ୍କଣ-ଗୋଆ-ମହାରାଷ୍ଟ୍ର ଉପକୂଳରେ ସମୁଦ୍ରରେ ବହୁତ ଉଚ୍ଚ ଜୁଆର ସୃଷ୍ଟି ହେବାର ସମ୍ଭାବନା ଅଛି। ତେଣୁ ଏହି ବିପଦକୁ ଦୃଷ୍ଟିରେ ରଖି ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଛି।
ଅଧିକ ପଢନ୍ତୁ ଭାରତ ଖବର
