ଗୁରୁତର ଅବସ୍ଥାରେ ମହେଶ୍ୱରଙ୍କୁ ରାଜଧାନୀର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଚିକିତ୍ସା ଚାଲିଛି। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଅପରାଧ ଖବର ଆହୁରି ପଢ଼ନ୍ତୁ ।
ଅର୍ଗସ ବ୍ୟୁରୋ: ଯୁବକଙ୍କୁ ଛୁରାମାଡ। ଗୁରୁତର ଅବସ୍ଥାରେ ଯୁବକ ଜଣଙ୍କ ମେଡିକାଲରେ ଭର୍ତ୍ତି। ଗୁରୁତର ଯୁବକ ନିରାକାରପୁର ରାମେଶ୍ୱର ଗାଁର ମହେଶ୍ୱର ସାହୁ ବୋଲି ଜଣାପଡିଛି । ଖଜୁରୀପଡା ଗ୍ରାମର ଦିବାକର ପାହାଡାସିଂହ ଓ ତାଙ୍କ ସାଥିମାନେ ମିଶି ମହେଶ୍ୱରଙ୍କୁ ଆକ୍ରମଣ କରିଛନ୍ତି।
ଗୁରୁତର ଅବସ୍ଥାରେ ମହେଶ୍ୱରଙ୍କୁ ରାଜଧାନୀର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କ ଚିକିତ୍ସା ଚାଲିଛି। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଅପରାଧ ଖବର ଆହୁରି ପଢ଼ନ୍ତୁ ।
ଅର୍ଗସ ବ୍ୟୁରୋ : ଆନ୍ଦୋଳନରତ ରେସଲରଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ଆଲୋଚନା । ୬ ଘଣ୍ଟାର ଆଲୋଚନାରେ ଧାର୍ଯ୍ୟ ହେଲା ତାରିଖ । ସେହିପରି ମନ୍ତ୍ରୀଙ୍କ ଆଗରେ କିଛି ଦାବି ରଖିଛନ୍ତି ରେସଲର୍ । ଜଣେ ମହିଳାଙ୍କ ନେତୃତ୍ବରେ ଇଣ୍ଟରନାଲ କମ୍ପ୍ଲେଣ୍ଟ କମଟିର ଗଠନ । ରେସଲରଙ୍କ ବିରୋଧରେ ରୁଜୁ ସମସ୍ତ ମାମଲା ପ୍ରତ୍ୟାହାର ।
ଅଧିକ ପଢନ୍ତୁ ଭାରତ ଖବର
୩ ପାଳି ଧରି ସଭାପତି ପଦରେ ରହିଥିବା ବ୍ରିଜ ଭୂଷଣ ସିଂ ଏବଂ ତାଙ୍କ ସହଯୋଗୀଙ୍କୁ ପୁନଃ ନିର୍ବାଚିତ କରା ନଯାଉ । ୬ ଘଣ୍ଟା ଧରି ଆଲୋଚନାରେ କିଛି ଏଭଳି ଦାବି ରଖିଛନ୍ତି ଆନ୍ଦୋଳନରତ ରେସଲର୍ । ସେପଟେ ୧୫ ତାରିଖ ସୁଦ୍ଧା ତଦନ୍ତ ସରିବ ଏବଂ ଚାର୍ଜସିଟ୍ ଦାଖଲ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ । ଜୁନ ୩୦ ତାରିଖ ସୁଦ୍ଧା WFIରେ ନିର୍ବାଚନ ହେବ ଏବଂ ନୂଆ ସଭାପତି ଚୟନ କରାଯିବ ବୋଲି ମଧ୍ୟ ରେସଲରଙ୍କୁ ଆଶ୍ବାସନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ।
ଅର୍ଗସ ବ୍ୟୁରୋ : ଯାଜପୁରରେ ବଡ ଅଘଟଣ । ମାଲବାହୀ ଟ୍ରେନ୍ରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ରୋଡ୍ ଷ୍ଟେସନ୍ ଚୂନଭାଟି ପ୍ଲଟ୍ ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ପ୍ରବଳ ବର୍ଷା, ପବନ ଯୋଗୁଁ ଟ୍ରେନ୍ ବଗି ତଳେ ବସିଥିଲେ ଶ୍ରମିକ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଘଟଣାରେ ଶୋକ ପିରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି ଏହି ଅଭାବନୀୟ ଘଟଣାରେ ବ୍ୟକ୍ତିଙ୍କ ଦେହାନ୍ତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।