ମୃତ ରମେଶ ସହ ଛୁଟରାୟପୁର ଗ୍ରାମର ଅନ୍ୟ ଦୁଇ ଜଣ ଏକ ବାଇକ୍ ରେ ଘଟଗାଁ ଅଭିମୁଖେ ଯାଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକରେ ୩ ଜଣ ଯୁବକ ଆସୁଥିବାବେଳେ ପାଉଚିଆ ଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ବାଇକରେ ଥିବା ୬ ଜଣ ଛିଟିକି ପଡ଼ିଥିଲେ ।
ଘଟଣାସ୍ଥଳରେ ରମେଶ ଚନ୍ଦ୍ର ମୁଣ୍ଡାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଥିଲେ । ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍ ଦୁଇଟିକୁ ଜବତ କରିବା ସହ ହରିଚନ୍ଦନପୁର ମେଡିକାଲରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ଆହୁରି ପଢନ୍ତୁ ଓଡିଶା ଖବର...