ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ତେଜିଲା ରାଜନୀତି !
ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ଆକ୍ରାନ୍ତ ଜଣକ ମହିଳା ଓ ତାଙ୍କର ବୟସ ୩୫ବର୍ଷ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୧୪୯ଜଣ କରୋନା ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୩କୁ ବୃଦ୍ଧି ପାଇଛି ।
Download Argus News App
