ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବା ସହ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ପ୍ରତ୍ୟେକ ବୁଥରେ ଇଭିଏମ୍ ମେସିନ ସହ ଗୋଟିଏ ପ୍ରିଜାଇଡିଂ ଅଫିସର, ୩ଟି ପୋଲିଂ ଅଫିସର ଓ ଜଣେ ଲେଖାଏ ପୋଲିସ ନିୟୋଜିତ କରାଯାଇଛି। ପୋଲିଂ ଟିମ ପଦ୍ମପୁରରେ ପହଞ୍ଚିଛି ପ୍ରଶାସନ ପକ୍ଷରୁ କରାଯାଇଥିବା ୧୬ଟି କାଉଣ୍ଟରେ ନିଜ ନିଜ ସାମଗ୍ରୀ ସବୁ ସଂଗ୍ରହ କରି ନିଜ ନିଜ ବୁଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଚଳିତଥର ପଦ୍ମପୁର ଉପ ନିର୍ବାଚନ ଭୋଟ୍ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଏହି ସମୟ ଭିତରେ ଅଢେଇ ଲକ୍ଷରୁ ଅଧିକ ଭୋଟର ପଦ୍ମପୁରର ନୂଆ ବିଧାୟକ ବାଛିବେ ।
ପଦ୍ମପୁର ଉପ ନିର୍ବାଚନ ପାଇଁ ମୋଟ ୩୧୯ଟି ବୁଥ୍ ରହିଥିବାବେଳେ କିଛି ମତଦାନ କେନ୍ଦ୍ରର ନା ପରିବର୍ତ୍ତନ ହୋଇଥିଲେ ବି ସ୍ଥାନ ସମାନ ରହିଛି। ଭୋଟର ଦ୍ବନ୍ଦରେ ନ ରହିବାକୁ ପରାମର୍ଶ ଦିଆଯାଇଛି । ପୂର୍ବରୁ ଯେଉଁଠି ଭୋଟ ଦେଇଥିଲେ ସେହି ସ୍ଥାନରେ ଭୋଟର ଭୋଟ ଦେବେ। ୭୪ଟି ବୁଥ ମାଓପ୍ରଭାବିତ ଅଞ୍ଚଳରେ ରହିଛି। ୭୮ ଟି ସମ୍ବେଦନଶିଳ ବୁଥ ଚିହ୍ନଟ କରାଯାଇଛି। ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବ। ଆଇନଶୃଙ୍ଖଳା ପାଇଁ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ୫୦ ପ୍ରତିଶତ ବୁଥ ରେ ହେବ ୱେବ କାଷ୍ଟିଙ୍ଗ। ୯୮ ଜଣ ମାଇକ୍ରୋ ଅଭଜରର୍ବର୍ ମୁତୟନ ହେବେ।
ଓଡିଶା ଖବର ଆହୁରି ପଢନ୍ତୁ