
ମାଲକାନଗିରି: ମାଲକାନଗିରିରେ ଫାଇଭ ଟି ସଚିବ ଭି କେ ପାଣ୍ଡିଆନ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ପାଣ୍ଡିଆନ । ଏହା ସହ ସ୍ୱାସ୍ଥ୍ୟବସ୍ଥା ନେଇ ରୋଗୀଙ୍କ ସହ ଆଲୋଚନା କରିଛନ୍ତି । ଅର୍ଥ ବିଭାଗର ପ୍ରମୁଖ ସଚିବ ଏ.କେ ମିନା, ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନର ପ୍ରକଳ୍ପ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ମଧ୍ୟ ପାଣ୍ଡିଆନଙ୍କ ସହ ଗ୍ରାଉଣ୍ଡ ଜିରୋକୁ ଯାଇ ସ୍ଥିତି ସମୀକ୍ଷା କରିଛନ୍ତି ।
ଏହା ପରେ କୋରାପୁଟ ଓ ନବରଙ୍ଗପୁର ଗସ୍ତରେ ଯାଇ ବି ସ୍ଥିତି ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀଙ୍କ ଫାଇଭ ‘ଟି’ ମନ୍ତ୍ରକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇଛି ମୋ ସରକାର କାର୍ଯ୍ୟକ୍ରମ । ଆଉ ଏହି କ୍ରମରେ ମାଲକାନଗିରି ଗସ୍ତ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମସ୍ତ ୱାର୍ଡ଼ ବୁଲି ଦେଖିଛନ୍ତି ୫ଟି ସଚିବ । ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କ ସହ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଆଲୋଚନା କରିଛନ୍ତି ।
