ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି। ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା ମନ୍ଦିରରେ ପଙ୍କୋଦ୍ଧାର ସ୍ୱତନ୍ତ୍ର ରୀତିନୀତି ନାହିଁ । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସଂପୃକ୍ତ ଥିବା ଶ୍ରୀଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାରର ସ୍ୱତନ୍ତ୍ର ନୀତି କରାଯାଇଥାଏ ।
ବର୍ଷତମାମ ଫୁଲ, ବେଲପତ୍ର, କ୍ଷୀର, କଦଳୀ, ଦହି, ସୁନା ରୂପାରେ ଆଚ୍ଛାଦିତ ହୋଇ ରହୁଥିବା ମହାପ୍ରଭୁ ଶ୍ରୀଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ବାହାର କରାଯିବ । ତେବେ ପଙ୍କୋଦ୍ଧାର ଏକାଦଶୀ ଅବସରରେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଚୁଡାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ରାତ୍ର ସାଢେ 2ଟାରୁ ଦ୍ୱାର ଫିଟା ପରେ ମଙ୍ଗଳ ଆଳତି, ଅବକାଶ, ସୂର୍ଯ୍ୟ ପୂଜା ଇତ୍ୟାଦି ବିଭିନ୍ନ ନୀତିକାନ୍ତି ବଢ଼ି ଏକାଦଶୀ ଦର୍ଶନ ହେବାପରେ ସକାଳ 7 ଟାରୁ ପଙ୍କୋଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇ ସକାଳ 10 ଟା ପର୍ଯ୍ୟନ୍ତ ଚାଲିବ ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ
ପରେ ମାଘ ସ୍ନାନ କରାଯାଇ ଦିନ 11ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ସେପଟେ ପଙ୍କୋଦ୍ଧାର ଏକାଦଶୀରେ ମହାଦେବଙ୍କ ଦର୍ଶନ ପାଇଁ ଦୁଇଟି ସ୍ୱତନ୍ତ୍ର ଲାଇନ୍ ର ବ୍ୟବସ୍ଥା କରାଯାଇଥିବା ବେଳେ ଭିଆଇପିଙ୍କ ପାଇଁ 100 ଟଙ୍କା ଟିକେଟ୍ ଦର ରଖାଯାଇଛି।
ଧର୍ମ ଓ ସଂସ୍କୃତି ଖବର ଆହୁରି ପଢ଼ନ୍ତୁ ।