ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ବର ନିକଟରେ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଚାଲନ୍ତି ବାଇପାସ ଛକ ନିକଟରେ ଘରୋଇ ବସ୍ ଟି 20 ଫୁଟ ତଳକୁ ଖସି ପଡ଼ିବାରୁ 4 ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । 23ରୁ ଅଧିକ ଆହତ ଯାତ୍ରୀଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । 10ରୁ ଅଧିକ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। 57 ଜଣ ଯାତ୍ରୀଙ୍କୁ ନେଇ ଉତ୍ତର ପ୍ରଦେଶରୁ ପୁରୀ ଅଭିମୂଖେ ଆସିବାବେଳେ ଘଟିଛି ଏହି ଦୁର୍ଘଟଣା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣରେ 6 ଜଣ ଆହତ ମଧ୍ୟରୁ କେ.କେ ବାରିକଙ୍କୁ ପ୍ଲାଣ୍ଟ ଭିତରେ ପ୍ରାଥମିକ ଚିକିତ୍ସା କରି ଛାଢ଼ି ଦିଆଯାଇଛି । ଆଉ 5 ଜଣ ଗୁରୁତରଙ୍କୁ ଆଇ.ଜି.ଏଚର ବର୍ଣ୍ଣ ସେଣ୍ଟରରେ ଭର୍ତ୍ତି କରାଯାଇଛି । ଯାହାଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଅଛି ।
Sms 1 ସେଡ଼ରେ ପ୍ରତ୍ୟେକ ଦିନ ଜମେ ନିଆଁ ପିଣ୍ଡୁଳା । ଆଉ ସେହି ନିଆଁ ପିଣ୍ଡୁଳା ପ୍ରତ୍ୟେକ ଦିନ ସଂଫା ହେବା ଆବଶ୍ୟକ ତାହା ମଧ୍ୟ ତଳେ ପାଣି ନଥିବା ଜରୁରୀ । କିନ୍ତୁ ଅନେକ ଦିନ ହେଲା ସଫା ନହେବା ଫଳରେ ତଳେ ପାଣି ଲିକ୍ କରି ଜମିବା ହେଉଛି ଦୁର୍ଘଟଣାର କାରଣ । ସେଡ଼ ସଫା ସମୟରେ ନିଆଁ ପିଣ୍ଡୁଳା ପାଣିରେ ପଡ଼ି ବିସ୍ପୋରଣ ହେବା ଯୋଗୁଁ ହିଁ ଦୁର୍ଘଟଣା ଘଟିଛି । ଫଳରେ 5 ଜଣ ଗୁରୁତର ହୋଇଛନ୍ତି ।
ଶ୍ରମିକ ସଂଗଠନ କହିଛି ଯେ ରାଉରକେଲା ଷ୍ଟିଲ ପ୍ଳାଣ୍ଟ କେବଳ ଉତ୍ପାଦନ ଉପରେ ଗୁରୁତ୍ୱ ଦେଉଥିବାବେଳେ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉନାହିଁ । ଫଳରେ ଏଭଳି ଦୁର୍ଘଟଣା ଘଟୁଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍ୟ ବିଦ୍ୟାଳୟରେ ପଡୁନି ତାଙ୍କ ପାଦ । ପିଲାଙ୍କୁ ପାଠ ପଢ଼େଇବା ବଦଳରେ ନିଜ ଦୋକାନରେ ପ୍ରଧାନଶିକ୍ଷକଙ୍କ ବିତୁଛି ସମୟ । ଅଭିଯୋଗ କଲେ ମିଳୁଛି ଧମକ । ଏ ବାବଦରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଉପରିସ୍ଥ ଅଧିକାରୀ ଏଥିପ୍ରତି ଗୁରୁତ୍ବ ଦେଉନାହାନ୍ତି ।
ଶେଷରେ ବାଧ୍ୟ ହୋଇ ଅଭିବାବକମାନେ ଗୁରୁଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପକେଇଲେ ତାଲା । ସମାଧାନ ନ ହେବା ପର୍ଯ୍ୟନ୍ତ ବିଦ୍ୟାଳୟରେ ପଡିବ ତାଲା ଅଭିବାବକ ଦେଲେ କଡା ଚେତାବନୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର