ବିଜ୍ଞାନରେ 90 ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ 30 ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ଯେକୌଣସି ସମୟରେ www.orisssaresults.nic.in ୱେବ୍ସାଇଟ୍ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ।
ଆଜି ବାହାରିବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଅର୍ଗସ ବ୍ୟୁରୋ: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଫଳ । ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ବାହାରିବା ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଯୁକ୍ତ ଦୁଇ କଳା ଫଳ ଆଉ ଏକ ସପ୍ତାହ ମଧ୍ୟରେ ବାହାରିବ ବୋଲି କହିଛନ୍ତି ମନ୍ତ୍ରୀ ।
ବନ୍ଦ ଘରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ବାରିପଦା: ବନ୍ଦ ଘର ମଧ୍ୟରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ସୂଚନାନୁଯାୟୀ, ବାରିପଦା ଟାଉନ ଥାନା ଅନ୍ତର୍ଗତ ଭୁଗୁଡାକଟା ୱାର୍ଡ ନମ୍ବର ୨୬ ଅଞ୍ଚଳର ଏକ ବନ୍ଦ ଘର ମଧ୍ୟରୁ ଆରତୀ ସିଂ ନାମକ ଜନୈକ ମହିଳାଙ୍କ ଗଳିତ ମୃତ ଦେହ ଉଦ୍ଧାର କରିଛି ପୋଲିସ । ଆରତୀଙ୍କ ସ୍ୱାମୀ ବାବୁ ସିଂ ଦୁଇରୁ ତିନି ଦିନ ପୂର୍ବରୁ ନିଶାସକ୍ତ ଅବସ୍ଥାରେ ଘରକୁ ଆସିଥିବା ବେଳେ ସ୍ତ୍ରୀ ଆରତୀ ସହି
Download Argus News App
