ଦିନେଶ ଆଜି ଗୋଟିଏ ଗାଡିରେ ନୂଆ ପଦର, ମାଲା ଅଞ୍ଚଳରୁ ଗଞ୍ଜେଇ ନେଇ ଭୁବନେଶ୍ବର ଯାଉଥିବା ବେଳେ ମଝିପଡା ଘାଟିରେ ପୋଲିସ ତାକୁ ଧରିବାରେ ସଫଳ ହୋଇଛି । ଏନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରି ଦିନେଶ କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପି. ଶ୍ୟାମ ସୁନ୍ଦର ରାଓ ସୂଚନା ଦେଇଛନ୍ତି।
କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଆଜି ୫୦ କେଜି ଗଞ୍ଜେଇ ଜବତ କରିଛି। ଗୋଟିଏ କାର ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ମୁନିଗୁଡ଼ା ଥାନା ଅନ୍ତର୍ଗତ ସର୍ଗୀଗୁଡା ଅଞ୍ଚଳର ଦିନେଶ ଟାକ୍ରୀ।
ଦିନେଶ ଆଜି ଗୋଟିଏ ଗାଡିରେ ନୂଆ ପଦର, ମାଲା ଅଞ୍ଚଳରୁ ଗଞ୍ଜେଇ ନେଇ ଭୁବନେଶ୍ବର ଯାଉଥିବା ବେଳେ ମଝିପଡା ଘାଟିରେ ପୋଲିସ ତାକୁ ଧରିବାରେ ସଫଳ ହୋଇଛି । ଏନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ କରି ଦିନେଶ କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପି. ଶ୍ୟାମ ସୁନ୍ଦର ରାଓ ସୂଚନା ଦେଇଛନ୍ତି।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି