ତାସହ କମ୍ପାନୀରୁ ବାହାରୁଥିବା ପ୍ରଦୂଷଣ ରୋକିବାକୁ ନିର୍ଦେଶ ଦେବା ସହ ଆଗାମୀ ଦିନରେ ଯଦି କମ୍ପାନୀ କର୍ତ୍ତୃପକ୍ଷ ଅବମାନନା କରନ୍ତି ତା ହେଲେ ଦୃଢ କାର୍ଯ୍ୟନୁଷ୍ଠାନ ନେବା ପାଇଁ ସମ୍ବଲପୁର ପ୍ରଦୂଷଣ ବିଭାଗ ସମେତ ରାଜ୍ୟ ପ୍ରଦୂଷଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...
ସମ୍ବଲପୁର: ଅର୍ଗସରେ ଖବର ପ୍ରସାରଣର ପ୍ରଭାବ । ସମ୍ବଲପୁର ରେଙ୍ଗାଲି ଶ୍ୟାମ ଡିଆରଆଇ କମ୍ପାନୀକୁ ଝଟକା l ବିଭିନ୍ନ ସମୟରେ ଡିଆରଆଇ କମ୍ପାନୀ ମାଳ ମାଳ ସମସ୍ୟାକୁ ଅର୍ଗସ ନ୍ୟୁଜରେ ପ୍ରସାରଣ ହୋଇଥିଲା । ସବୁଠୁ ବଡ଼ ସମସ୍ୟା ଥିଲା ଅତ୍ୟଧିକ ପ୍ରଦୂଷଣ କରିବା ଏବଂ ହୀରାକୁଦ ଜଲଭଣ୍ଡାର ଜମିରେ ବେଆଇନ ଭାବରେ 30 ଏକର ଜମିରେ ପାଉଁଶ ପୋତିବା l ଏବେ ପ୍ରଦୂଷଣ ବୋର୍ଡ ଶ୍ୟାମ ଡିଆରଆଇ କମ୍ପାନୀକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ।
ତାସହ କମ୍ପାନୀରୁ ବାହାରୁଥିବା ପ୍ରଦୂଷଣ ରୋକିବାକୁ ନିର୍ଦେଶ ଦେବା ସହ ଆଗାମୀ ଦିନରେ ଯଦି କମ୍ପାନୀ କର୍ତ୍ତୃପକ୍ଷ ଅବମାନନା କରନ୍ତି ତା ହେଲେ ଦୃଢ କାର୍ଯ୍ୟନୁଷ୍ଠାନ ନେବା ପାଇଁ ସମ୍ବଲପୁର ପ୍ରଦୂଷଣ ବିଭାଗ ସମେତ ରାଜ୍ୟ ପ୍ରଦୂଷଣ ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?