କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର