କେନ୍ଦ୍ରାପଡ଼ାର ଆରାଧ୍ୟ ଦେବ ଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରାକୁ ସୁଚାରୁରୂପେ ପରିଚାଳନା ପାଇଁ ଜିଲ୍ଲାର ସମସ୍ତ ବୁଦ୍ଧିଜୀବୀ, ଟ୍ରଷ୍ଟ ବୋର୍ଡ଼ କର୍ମକର୍ତା, ସେବାୟତ, ଶାନ୍ତି କମିଟିର ସଦସ୍ୟ, ଜନସାଧାରଣ ତଥା ବିଭିନ୍ନ ବିଭାଗର ସହଯୋଗ କାମନା କରିଥିଲେ ଜିଲ୍ଲାପାଳ।
ଏହି ବୈଠକ ରେ କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା, ରାଜନଗରର ମାନ୍ୟବର ବିଧାୟକ ଧ୍ରୁବଚରଣ ସାହୁ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟ ବୋର୍ଡର ଅଧ୍ୟକ୍ଷ ରବୀନ୍ଦ୍ର କୁମାର ପ୍ରଧାନ, ଏସ୍ଡିପିଓ ଦେବେନ୍ଦ୍ର କୁମାର ମଲ୍ଲିକ, କେନ୍ଦ୍ରାପଡ଼ା ପୌର ପରିଷଦର ଅଧ୍ୟକ୍ଷା ସରିତା ସାହୁ, କେନ୍ଦ୍ରାପଡ଼ା ତହସିଲଦାର ତାପସ କୁମାର ଦେହୁରୀ, ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ଦେବୋତ୍ତର ବିଭାଗର କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର