ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ । ପରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏସପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି । ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ଡିଜିପି ଓ୍ବାଇ ବି ଖୁରାନିଆ । ସୁରକ୍ଷା ଦାୟିତ୍ବରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ।
ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି । ସେହିପରି ଭିଆଇପି ଓ ଭିଭିଆଇପିଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି କହିଛନ୍ତି ଡିଜିପି । ନୌସେନା ଦିବସ ଅବସରରେ ୨୫ ଟି ଜାହାଜ ସହ ୪୦ ଟି ଏୟାରକ୍ରାଫ୍ଟ ସୋ ଦେଖିବାର ସୁଯୋଗ ପାଇବେ ଦର୍ଶକ । ତେଣୁ ଦର୍ଶକ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ମଧ୍ୟ ଗୁରୁତ୍ବ ଦେଇଛି ପୋଲିସ ପ୍ରଶାସନ ।