ଅଧିକ ପଢନ୍ତୁ : ଆଜି ଭୋରରୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କଲେ ରାଷ୍ଟ୍ରପତି
ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଥିଲେ । କଡା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତି ବେଳାଭୂମିରେ କିଛି ସମୟ ଅତିବାହିତ କରିବା ପରେ ରାଜଭବନ ଅଭିମୁଖେ ଯାଇଥିଲେ । ବେଳାଭୂମିରେ ପ୍ରାତଃଭ୍ରମଣ ପରେ ବେଶ ଖୁସି ଅନୁଭବ କରିଛନ୍ତି ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତି କହିଛନ୍ତି ପୃଥିବୀରେ ଏପରି ଅନେକ ସ୍ଥାନ ରହିଛି, ଯାହା ସଂସ୍ପର୍ଶରେ ଆସିଲେ ଆମେ ଜୀବନର ଅର୍ଥ ବୁଝିପାରୁ । ବଣ-ପାହାଡ଼, ନଦ-ନଦୀ ଓ ସାଗର-ବେଳାର ସମାହାର ଏହି ଯେଉଁ ପ୍ରକୃତି, ଆମେ ତା’ର ଅଂଶବିଶେଷ ବୋଲି ଆମର ହୃଦବୋଧ ହୁଏ ।