ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦେବାର ଦାୟୀତ୍ୱ ନେଇଛନ୍ତି କେନ୍ଦ୍ରରେ ମୋଦି ସରକାର । ରାଜ୍ୟରେ ୨୭ ଲକ୍ଷ ପକ୍କାଘରର ଆବଶ୍ୟକତା ଥିବାର ରାଜ୍ୟ ସରକାର କହିଥିବା ବେଳେ ମୋଦି ସରକାର ବର୍ତମାନ ସୁଦ୍ଧା ପାଖାପାଖି ୨୮ ଲକ୍ଷ ଘର ମଂଜୁର କରିଛନ୍ତି । ସଦ୍ୟ ଆବଂଟନ ହୋଇଥିବା ୯.୫୮ ଲକ୍ଷ ପକ୍କାଘର ପାଇଁ ଯୋଗ୍ୟ ତାଲିକା ପ୍ରସ୍ତୁତ କରି କେନ୍ଦ୍ର ସରକାରଙ୍କୁ ଅବଗତ କରାଇବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର । ଦଳୀୟ ଆଧାରରେ ଏବଂ ଶାସକ ବିଜେଡିର ନେତା ଓ ମନ୍ତ୍ରୀଙ୍କ ପ୍ରତ୍ୟକ୍ଷ ପ୍ରୋତ୍ସାହନରେ ଅଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି । ରାଜ୍ୟ ସରକାରଙ୍କ ଷଡଯନ୍ତ୍ର କରି ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ୍ କରିଥିବା କାରଣରୁ ବର୍ତମାନ ରାଜ୍ୟବ୍ୟାପୀ ଅସନ୍ତୋଷ ପରିଲକ୍ଷିତ ହେଉଛି । ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ସାମିଲ କରିବା ଦାବୀରେ ଗତ ଜାନୁଆରୀ । ୨୫ ତାରିଖ ଦିନ ବିଜେପି ତରଫରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା । ଏହା ସତ୍ୱେ ରାଜ୍ୟ ସରକାର କୈାଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଆସନ୍ତାକାଲି ପରିବର୍ତେ ଫେବୃୟାରୀ ୨, ୩ ଓ ୪ ତାରିଖରେ ବ୍ଲକ ଘେରାଓ କରାଯିବା ସହିତ ଆଗାମୀ ଦିନରେ ରାଜରାସ୍ତାରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।