ଭୁବନେଶ୍ୱର: ଅଗଷ୍ଟ 12ରୁ ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ । ଅଗଷ୍ଟ ୯ରେ ଭୁବନେଶ୍ୱରରେ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ସରକାରଙ୍କ ନିକଟରେ ବସ୍ ମାଲିକ ସଂଘର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରାଯିବ ବୋଲି ସୂଚନା ମିଳିଛି । ସଂଘର ବିଭିନ୍ନ ଦାବି ନେଇ ସରକାରଙ୍କ ନିକଟରେ ଉପସ୍ଥାପନା କରାଯିବ । ଯଦି ଦାବି ପୂରଣ ନହେଲା ତେବେ ଅଗଷ୍ଟ ୧୨ ତାରିଖଠାରୁ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ସରକାରଙ୍କୁ ଚେତାବନୀ ଦିଆଯାଇଛି । ତେବେ ଏନେଇ ସୂଚନା ଦେଇଛନ୍ତି ଘରୋଇ ବସ୍ ମାଲିକ ସଂଘର ସଂପାଦକ ଦେବେନ୍ଦ୍ର ସାହୁ ।
ସୂଚନାଯୋଗ୍ୟ, ପୁରୀରେ ରଥଯାତ୍ରା ସମୟରେ ବସ୍ ଭିତରେ ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଘଟଣା ସାମ୍ନାକୁ ଆସିଥିଲା । ଏହି ଘଟଣାରେ ଉକ୍ତ ବସ୍ର ହେଲପରକୁ ଗିରଫ କରାଯାଇଥିବା ବେଳେ ବସ୍ ପରିମିଟ୍କୁ ପରିବହନ ବିଭାଗ ପକ୍ଷରୁ ରଦ୍ଦ କରି ଦିଆଯାଇଥିଲା । ଏହି ବସ୍ ପରମିଟ୍ ରଦ୍ଧ ନିର୍ଦ୍ଦେଶକୁ ପ୍ରତିବାଦ କରି ଘରୋଇ ବସ୍ ମାଲିକ ସଂଘ 12ରେ ରାଜ୍ୟ ବ୍ୟାପି ଧର୍ମଘଟ କରିବ ବୋଲି ଚେତାବନୀ ଦେଇଛି । ଯଥାଶୀଘ୍ର ବସ୍ ପରମିଟ୍ ରଦ୍ଦ ନିର୍ଦ୍ଦେଶକୁ ପ୍ରତ୍ୟାହାର କରାଯାଉ ବୋଲି ଆସନ୍ତ ଜୁଲାଇ 29ରେ ପରିବହନ ମନ୍ତ୍ରୀଙ୍କୁ ସଂଘ ପକ୍ଷରୁ ଏକ ଦାବି ପତ୍ର ଦିଆଯିବ ବୋଲି ସୂଚନା ମିଳିଛି ।
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...