କୋରାପୁଟ: ଚୀନ ସୈନିକଙ୍କ ଦ୍ୱାରା 20 ଭାରତୀୟ ସୈନିକଙ୍କ ହତ୍ୟା ପ୍ରତିବାଦରେ ସ୍ୱଦେଶୀ ଜାଗରଣ ମଞ୍ଚ କୋରାପୁଟ ନଗର ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସ୍ଥାନୀୟ ଜଗନ୍ନାଥ ମନ୍ଦିର ଛକଠାରେ ମଞ୍ଚର କାର୍ଯ୍ୟକର୍ତ୍ତା ବିଭିନ୍ନ ସ୍ଲୋଗାନ ଦେଇ ଚୀନ ପ୍ରସ୍ତୁତ ସାମଗ୍ରୀ ବହିଷ୍କାର କରିବା ପାଇଁ ଆହ୍ୱାନ ଦେଇଥିଲେ । ସ୍ୱଦେଶୀ ଜାଗରଣ ମଞ୍ଚର କୋରାପୁଟ ନଗର ସଂଯୋଜକ ଉମାଶଙ୍କର ଦାସଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ବେଳେ ଚୀନ ରାଷ୍ଟ୍ରପତିଙ୍କ ଫୋଟୋଚିତ୍ରରେ ନିଆଁ ଲଗାଇ ୨୦ ଶହୀଦ ଭାରତୀୟ ସୈନିକଙ୍କୁଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା ।
କୋରାପୁଟ ମଞ୍ଚର ଜିଲ୍ଲା ସଂଯୋଜକ ମୁରଲୀଧର ଅଧିକାରୀ କହିଛନ୍ତି ଯେ ସମୟ ଆସିଛି, ଚୀନ ବସ୍ତୁ ବହିଷ୍କାର କରି ଆମେ ଚୀନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇ ପାରିବା । ଆମକୁ ନିଷ୍ପତି ନେବାକୁ ପଡିବ ଯେ କୌଣସି ପରିସ୍ଥିତିରେ ବି ଆଉ ଚୀନ ପ୍ରସ୍ତୁତ ସାମଗ୍ରୀ କିଣିବା ନାହିଁ କିମ୍ବା ବିକିବା ନାହିଁ । ଏଥର ଚୀନକୁ ଭାରତ ସୀମାରୁ ତଡିବା ଆଉ ଭାରତୀୟ ବଜାରରୁ ବି ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?