ସଂନ୍ଧ୍ୟା ଧୂପପରେ ମହାପ୍ରଭୁଙ୍କର ଏହି ଶ୍ରାଦ୍ଧ ଅର୍ପଣର ପରମ୍ପରା ରହିଆସିଛି । ସ୍ୱତନ୍ତ୍ର କାଶୀଧଡିଆ ବସ୍ତ୍ରରେ ଭୁଷିତ ହୋଇ ଶ୍ରାଦ୍ଧବେଶରେ ଭୁଷିତ ହୁଅନ୍ତି ମହାପଭୁ । ଦେବ ଦୀପାବଳୀର ତିନି ଦିନରେ ତିନି ଅବତାରର ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଅର୍ପଣ କରୁଛନ୍ତି ମହାପ୍ରଭୁ । ସେପଟେ ଏହିତିନି ଦିନ ବିଭିନ୍ନ ଅନୁଷ୍ଠାନ ତରଫରୁ ସିଂହଦ୍ୱାର ଏବଂ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ଦୀପଦାନ କରାଯାଉଛି ।

ଅର୍ଗସ ବ୍ୟୁରୋ : ଆଜି ହେଉଛି ପବିତ୍ର ଦେବଦୀପାବଳିର ତୃତୀୟ ତଥା ଅନ୍ତିମ ଦିନ । ଆଜିର ଦିନରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତି । ଆଜି ଦେପଦୀପାବଳୀର ଶେଷଦିନରେ ମହାପ୍ରଭୁ କୃଷ୍ଣ ଅବତାରରେ ପିତା ମାତା ରୂପେ ପାଇଥିବା ଦେବକୀ ବସୁଦେବ, ପାଳିତ ହୋଉଥିବା ପିତାମାତା ନନ୍ଦ, ଯଶୋଦା ଏବଂ ଗୁଣ୍ଡିଚା ଓ ଇନ୍ଦ୍ରଦ୍ୟୁମ୍ନଙ୍କ ଉଦ୍ଦେଶ୍ୟରେ ଦୀପଦାନ ଶ୍ରାଦ୍ଧ ଅର୍ପଣ କରିବାର ରହିଛି ପରମ୍ପରା ।

ଅର୍ଗସ ବ୍ୟୁରୋ : ବାହାନଗା ହାଇସ୍କୁଲ ପରିସରର କୁଢ କୁଢ ଶବ। ପଲିଥିନ୍ ଆଉ ଧଳା କାନାର ଆବରଣ ଶୋଇଛନ୍ତି ନିର୍ଜିବ ମଣିଷ। ସମସ୍ତେ ଅପରିଚିତ, ସମସ୍ତେ ନିଥର। କିନ୍ତୁ ଏଇ ଶବ ଗଦା ଭିତରେ ଗୋଟାଏ ହାତ ଥରୁଥିଲା। କହୁଥିଲା, ମୋତେ ଏ ବିବତ୍ସ ପରିବେଶ ଭିତରୁ ମୁକ୍ତି ଦିଏ। ମୃତ ମୁଁ ନୁହେଁ, ମୁଁ ଜୀବିତ। ଦେଖିଲା ଲୋକେ ଚମକି ପଡିବା ସ୍ବଭାବିକ୍। କିନ୍ତୁ ଶବ ଗଦା ଭିତରୁ ଏହି ହାତ ହିଁ କହିଥିଲା, ମୁଁ ବିଶ୍ବଜିତ୍ ଆଜି ମୃତ୍ୟୁଞ୍ଜୟି ହୋଇଛି। ମୃତ୍ୟୁର ପଞ୍ଝାରୁ ମୁକୁଳି ଆସିଛି।
ଦର୍ଶକବନ୍ଧୁ ଆପଣ ଏ ଅବତାରଣା ଶୁଣିବା ପରେ ଭାବୁଥିବେ, ଆମ ସତ କହୁଛୁ ନା ଗପ କହୁଛୁ। ନା...ଆଜ୍ଞା ଏହା ଗପ ନୁହେଁ। ବାହାନଗା ଟ୍ରେନ ଟ୍ରାଜିଡିର ଗୋଟେ ଚମକାଇଲା ଭଳି ଖବର। ମରଣ ମୁହଁରୁ ବଞ୍ଚି ଯାଇଥିବା ଏ ବ୍ୟକ୍ତି ଜଣକ ହେଉଛନ୍ତି ପଞ୍ଚିମବଙ୍ଗର ୨୪ ବର୍ଷିୟ ବିଶ୍ବଜିତ ମଲ୍ଲିକ।
ଜୁନ ୨ ତାରିଖରେ ସାଲିମାର ଷ୍ଟେଶନରେ କରୋମଣ୍ଡଳ ଏକ୍ସପ୍ରେସରେ ଚଢିଥିଲେ ହେଳାରାମ ମଲ୍ଲିକଙ୍କ ପୁଅ ବିଶ୍ବଜିତ୍। ହେଲେ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ଆଗରୁ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହେଲା। ଖବର ପାଇଁ ହେଳାରାମ ଆଉ ହେଳା ନ କରି ଧାଇଁ ଆସିଲେ ବାଲେଶ୍ବର। ତାଙ୍କ ପୁଅ ବଞ୍ଚିବ ଏଇ ଆଶାରେ ସେ ଆମ୍ବୁଲାନ୍ସ ନେଇ ଦୀର୍ଘ ୨୩୦ କିମି ପଥ ଅତିକ୍ରମ କଲେ। ବାହାନଗାରେ ପହଞ୍ଚି ଛାତିକୁ ପଥର କରି ଗୋଟି ଗୋଟି ମୃତଦେହ ତନଖି କଲେ।
ମିରାକଲ ହେଲା। ଚମକିପଡିଲେ ହେଳାରାମ। ଶବ ଗଦା ଭିତରେ ତାଙ୍କ ପୁଅ ବଞ୍ଚିଥିଲା। ବାପାର ବିଶ୍ବାସ ରହିଗଲା। ତୁରକ୍ତ ତାଙ୍କୁ ବାଲେଶ୍ବର ଡାକ୍ତରଖାନାକୁ ଅଣାଗଲେ। ଚିକିତ୍ସା ପରେ ବିଶ୍ବଜିତ ଏବେ ସୁସ୍ଥ ଅଛନ୍ତି ବୋଲି ସୂଚନା ମିଳିଛି। ଯିଏ ଦେଖୁଛି ସିଏ କହୁଛି, ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
