ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ ହୋଇ ୨ଟା ୩୦ରେ ସରିବ । ଏହାପରେ ୪ଟାରେ ଛେରାପହଁରା ଓ ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଛି । ଏଥର ବିରଳ ସଂଯୋଗ କ୍ରମେ ୧୯୭୧ ମସିହା ଭଳି ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ସହ ଘୋଷଯାତ୍ରା ପଡୁଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।
ଅଧିକ ପଢନ୍ତୁ ଓଡ଼ିଶା ଖବର