ସେପଟେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୩୨ ମିଟର ରେ ପ୍ରବାହିତ ହେଉଛି । ବର୍ଷା ଲାଗି ରହିଥିବା ସହ ନଦୀ ର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲା ଲଗାଣ ରେ ବର୍ଷା ଯୋଗୁଁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ।
ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଲଘୁଚାପ ସକ୍ରିୟ ଥିବାରୁ ଆହୁରି ଦୁଇଦିନ ବର୍ଷା ହେବ ବୋଲି ସୂଚନା ଥିବାରୁ ବନ୍ୟା ଆଶଙ୍କା କରାଯାଉଛି । ଯଦି ବନ୍ୟା ହୁଏ ତାହା ହେଲେ ବସ୍ତା ଏବଂ ସଦର ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।
ଆହୁରି ପଢନ୍ତୁ ଓଡିଶା ଖବର...