ଅର୍ଗସ ବ୍ୟୁରୋ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଆସନ୍ତା ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଆଦି ଜିଲାକୁ ସତର୍କ ସୂଚନା ଦିଆଯାଇଛି । ତେବେ ନିକଟରେ ଲଗାତାର ୩ଟି ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ନୂଆଦିଲ୍ଲୀ: ବାତ୍ୟା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ । ପ୍ରଭାବିତ ହେବାକୁ ଥିବା ରାଜ୍ୟମାନଙ୍କରେ ଯେଉଁ ବି ସରକାର ଥାଉ ନା କାହିଁକି ପ୍ରଶାସନକୁ ସହଯୋଗ କରିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବାକୁ ବିଜେପି କର୍ମୀଙ୍କୁ ଦେଇଛନ୍ତି ଆହ୍ବାନ ।
କହିଛନ୍ତି ବିଜେପି ପାଇଁ ଦଳ ଠାରୁ ଦେଶ ବଡ଼ । ଏହା ହିଁ ଏକ ସମର୍ପିତ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସଂସ୍କାର ବୋଲି ସେ କହିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦେଖି ଉପକୂଳରେ ଥିବା ରାଜ୍ୟ ସରକାରଙ୍କୁ ଲୋକଙ୍କ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ କହିବା ସମୟରେ ଏପରି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ଅଧିକ ପଢନ୍ତୁ :ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ମିଗଜୋମ