ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶା ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।