ଜିଲ୍ଲା ଗୁଡିକ ହେଲା-କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଂଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, କେଉଁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ପ୍ରଭୃତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହିତ 40 ରୁ 50 କିମି ବେଗରେ ଘଣ୍ଟା ପ୍ରତି ପବନର ବେଗ ରହିବ । ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା 2ଟି ସ୍ଥାନରେ କୁଆପଥର ବର୍ଷା ସହ ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି 24 ଘଣ୍ଟା ପରେ ଉପକୂଳ ଓଡିଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, କେଉଁଝର, ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ ଆଦି 9ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଗତ 24 ଘଣ୍ଟାରେ ସୋନପୁର, ଏବଂ ସୁନ୍ଦରଗଡ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା 42.5ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ରାଜ୍ୟର ଅନେକ ସ୍ଥାନରେ ଦିନରେ ତାପମାତ୍ରା ଅଧିକ ରହିବା ଫଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଭୁବନେଶ୍ୱର ରେ ତାପମାତ୍ରା 39 ଡିଗ୍ରୀ ସେଲସିୟସ ମଧ୍ୟରେ ରହିଛି।