ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଯୋଗୁଁ ପାଣି ଜମିବା ସହ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି। ତେଣୁ ବିପଜ୍ଜନକ ନଦୀ ବନ୍ଧ ପ୍ରତି ନଜର ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ଏସ୍ଆର୍ସି ତାଗିଦ କରିଛନ୍ତି। ଡଙ୍ଗା ଓ ଯନ୍ତ୍ରାଂଶ ସହ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା କଥା ବୁଝୁଥିବା ସବୁ ଅଫିସ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କରିବେ। ଏହି ସମୟରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ସୂଚନାନୁସାରେ, ପୂର୍ବ କେନ୍ଦ୍ରୀୟ ଉତ୍ତରପୂର୍ବ ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାକି ପରବର୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ। ଫଳରେ ଜୁନ୍ ୧୦ରୁ ୧୪ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।