ଭୁବନେଶ୍ୱର: ଆସନ୍ତାକାଲି ଠୁ ରାଜ୍ୟରେ ସକ୍ରିୟ ହେବ ପଶ୍ଚିମାଝଡ଼ । ଆଗାମୀ ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠୁ ଓଡ଼ିଶାରେ ପଶ୍ଚିମାଝଡ଼ର ପ୍ରଭାବ ରହିବା ସହ ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଚ, ବାଲେଶ୍ଵର, ଭଦ୍ରକ, ଯାଜପୁର, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର। ଏଥିସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କୋରାପୁଟ ରାୟଗଡ଼ା, ଗଜପତି, ମୟୁରଭଂଜ ଜିଲ୍ଲାକୁ ୟଲ୍ଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅଧିକ ପଢନ୍ତୁ :ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବର ସମ୍ଭାବନା ରହିଛି
୨୬ ତାରିଖ ଅର୍ଥାତ ଆସନ୍ତାକାଲି ଠାରୁ ରାଜ୍ୟରେ ବଢ଼ିବ ବର୍ଷାର ବିସ୍ତୃତି ଓ ପରିମାଣ । ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା। ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ନେଇ ୧୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଉପକୂଳ ଓଡିଶାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ପାଣିପାଗ ବିଭାଗ ପକ୍ଷରୁ। ସେହିପରି ୨୭ ତାରିଖ ରେ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା। ଏବଂ ପୁଣି ଆସନ୍ତା ୩୦ ରେ ଆଉ ଏକ ପଶ୍ଚିମା ଝଡ଼ ସମ୍ଭାବନା।
ଅଧିକ ପଢନ୍ତୁ :ବିଭିନ୍ନ ଜିଲ୍ଲାରେ କୁଆପଥର ସହ ବର୍ଷା ଜାରି ରହିଛି