ଏହି ସିଷ୍ଟମ୍ ସେପ୍ଟେମ୍ବର ୨୧ରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ମୁହାଁଇବ। ମାତ୍ର ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲା ଗୁଡ଼ିକରେ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବର୍ଷା ହେବ। ସେପ୍ଟେମ୍ବର ୧୯ ମଧ୍ୟାହ୍ନରୁ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୨୨ ରାତି ପର୍ଯ୍ୟନ୍ତ ଲାଗି ରହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାଗୁଡ଼ିକରେ ସେପ୍ଟେମ୍ବର ୧୯ ଓ ୨୦ରେ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବ ଓ ସେପ୍ଟେମ୍ବର ୨୦ ରାତିରୁ ଏହା ଉତ୍ତର ଓଡ଼ିଶା ଆଡ଼କୁ ଗତି କରିବ । ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୨୧ ଓ ୨୨ ରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି। । ସେପ୍ଟେମ୍ବର ୨୦ ଓ ୨୧ରେ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।
ଆସନ୍ତା ସପ୍ତାହରେ ବର୍ଷା

ଅର୍ଗସ ବ୍ୟୁରୋ: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସେପ୍ଟେମ୍ବର ୨୦ରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଓଡ଼ିଶାରେ ଆସନ୍ତା ସପ୍ତାହରେ ପୁଣି ବର୍ଷା ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା କାଲି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ନିକଟବର୍ତ୍ତୀ ଅଞ୍ଚଳ ଉପରେ ଏକ ଅପର୍ ଏଆର ସର୍କୁଲେଶନ ସୃଷ୍ଟି ହେବାକୁ ଯାଉଥିବାରୁ ଏହା ଏହି ଲଘୁଚାପ କ୍ଷେତ୍ର ପ୍ରସ୍ତୁତ କରିବ ବୋଲି କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍ରେ କୁହାଯାଇଛି ।
Download Argus News App
